Latest Odisha News

BREAKING NEWS

ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ: ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବଙ୍ଗୋପସାଗରରେ ନୂଆ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅନୁଯାୟୀ, ସୋମବାର ସୁଦ୍ଧା ଉତ୍ତର-ପଶ୍ଚିମ ଓ ପଶ୍ଚିମ-ମଧ୍ୟ ବଙ୍ଗୋପସାଗରରେ ଏହା ସକ୍ରିୟ ହେବ। ଏହାର ପ୍ରଭାବରେ ଓଡ଼ିଶାରେ ବର୍ଷା ବଢ଼ିବ। କେତେକ ଜିଲ୍ଲାରେ ବନ୍ୟା ପରି ସ୍ଥିତି ହେବାର ଆଶଙ୍କା ରହିଛି।

ଆଜି ରାଜ୍ୟର ଅନେକ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି। ଆଗାମୀ ୪୮ ଘଣ୍ଟାରେ ବର୍ଷାର ପରିମାଣ ବଢ଼ିବ। ପାଣିପାଗ ବିଭାଗ ଆଜି ୨୪ଟି ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି। ୭ରୁ ୧୧ ସେମି ବର୍ଷା ହେବାର ସମ୍ଭାବନା ରହିଛି।

ସୋମବାର କୋରାପୁଟ ଓ ମାଲକାନଗିରି ପାଇଁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ଏହି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ୧୯ ଅଗଷ୍ଟରେ କୋରାପୁଟ ଓ କଳାହାଣ୍ଡିରେ ମଧ୍ୟ ଅରେଞ୍ଜ ଆଲର୍ଟ ଜାରି ରହିଛି। ଅନ୍ୟ ଜିଲ୍ଲାଗୁଡ଼ିକରେ ମଧ୍ୟ ପ୍ରବଳ ବର୍ଷା ହେବ।

ମତ୍ସ୍ୟଜୀବୀମାନଙ୍କୁ ୧୮ରୁ ୨୦ ଅଗଷ୍ଟ ମଧ୍ୟରେ ସମୁଦ୍ରକୁ ନଯିବାକୁ ପରାମର୍ଶ ଦିଆଯାଇଛି। ସମୁଦ୍ର ଅଶାନ୍ତ ରହିବ। ତଳିଆ ଅଞ୍ଚଳରେ ରହୁଥିବା ଲୋକଙ୍କୁ ସତର୍କ ରହିବାକୁ କୁହାଯାଇଛି। ଲଗାଣ ବର୍ଷା ଯୋଗୁଁ ସାଧାରଣ ଜୀବନ ବାଧାପ୍ରାପ୍ତ ହୋଇପାରେ।

Comments are closed.