Latest Odisha News

BREAKING NEWS

ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ । ପ୍ରଭାବରେ ୪ ଦିନ ରାଜ୍ୟର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବଙ୍ଗୋପସାଗରେ  ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୪ ଦିନ ଯାଏଁ ରାଜ୍ୟର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଆଜିଠୁ ୫ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଆଜି କଟକ, ଢେଙ୍କାନାଳ, ସମ୍ବଲପୁର, ଅନୁଗୁଳ, ଯାଜପୁର ଓ କୋରାପୁଟ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ସେହିପରି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଜପତି, ଗଂଜାମ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, ଦେବଗଡ଼, ବରଗଡ଼ ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ।

ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣଂ ଜାରି କରାଯାଇଛି । ସେହିପରି ୪ ତାରିଖରେ ୮ଟି ଜିଲ୍ଲା ପାଇଁ ଅରେଞ୍ଜ ୱାଣ୍ଣିଂ ଓ ୧୪ଟି ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୫ ଓ ୬ ତାରିଖରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର ।

ଏହି ବର୍ଷା ଚାଷ କାର୍ଯ୍ୟରେ ସହାୟତା କରିବ,ହେଲେ ତଳୁଆ ଅଂଚଳରେ ପାଣି ପଶିବାର ଆଶଙ୍କା ଥିବାରୁ ସତର୍କ କରାଇଛି ପାଣିପାଗ ବିଭାଗ ।

Leave A Reply

Your email address will not be published.