Latest Odisha News

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୧ ଯାଏଁ ପ୍ରବଳ ବର୍ଷା

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର l ଲଘୁଚାପ ଫଳରେ ଆସନ୍ତା ସେପ୍ଟେମ୍ବର ୧ ଯାଏଁ ପ୍ରବଳ ବର୍ଷା ହେବ ନେଇ ସମ୍ଭାବନା ରହିଛି l ସେପଟେ ପ୍ରବଳ ବର୍ଷା ନେଇ ଆସନ୍ତାକାଲି ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ l ମାଲକାନଗିରି, କୋରାପୁଟ, ଗଜପତି ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ କରାଯାଇଥିବା ବେଳେ ରାୟଗଡ଼ା, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ l ସେହିପରି ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, କନ୍ଧମାଳ, ସୁବର୍ଣ୍ଣପୁର, ବରଗଡ଼, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ ଓ ଜଗତସିଂହପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ l

ପୂର୍ବ କେନ୍ଦ୍ରୀୟ ଓ ସନ୍ନିକଟ ଉତ୍ତର ବଙ୍ଗୋପ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି l ଆଗାମୀ ୨ ଦିନରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଦେଇ ଗତି କରିବ । ଏହାର ପ୍ରଭାବରେ ଆସନ୍ତା ସେପ୍ଟେମ୍ବର ୧ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ ବୋଲି ସତର୍କ କରାଇଛି ପାଣିପାଗ ବିଭାଗ । ଏଥିସହିତ ଆଜି ପ୍ରବଳ ବର୍ଷା ନେଇ ୪ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର l ସେହିପରି ଟ୍ୱିନ ସିଟିରେ ପ୍ରବଳ ବର୍ଷା ସହ ବଜ୍ରପାତର ଆଶଙ୍କା ଥିବାରୁ ଲୋକଙ୍କୁ ସୁରକ୍ଷିତ ସ୍ଥାନରେ ରହିବାକୁ ପରାମର୍ଶ ଦିଆଯାଇଛି ।

Comments are closed.