Latest Odisha News

BREAKING NEWS

ଆସନ୍ତା ସପ୍ତାହରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର

ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଜାରି ରହିଥିବା ବେଳେ ଏକ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇପାରେ । ୪ ତାରିଖ ସୁଦ୍ଧା ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେବାକୁ ଥିବା ଘୂର୍ଣ୍ଣି ବଳୟ ପ୍ରଭାବରେ ୫ ତାରିଖ ବେଳକୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ ।

ଏହା କ୍ରମଶଃ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଏକ ଅବପାତରେ ପରବର୍ତ୍ତୀ ୪୮ ଘଣ୍ଟାରେ ପରିଣତ ହେବ । ଏହାପରେ ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗତରେ ଗତି କରି ୮ ତାରିଖରେ ତାମିଲନାଡ଼ୁ-ପୁଡୁଚେରି ଉପକୂଳ ଅତିକ୍ରମ କରିବା ନେଇ ଆକଳନ କରିଛି ପାଣିପାଗ ବିଭାଗ ।

ତେବେ ଲଘୁଚାପ ପ୍ରଭାବରେ ଓଡ଼ିଶାରେ ବର୍ଷା ନେଇ କିଛି ପୂର୍ବାନୁମାନ କରି ନାହିଁ ପାଣିପାଗ ବିଭାଗ । ଏବେ ରାଜ୍ୟରେ ଶୁଖିଲା ପାଗ ରହିଥିବା ବେଳେ ଶୀତ ଲହରୀ ଜାରି ରହିଛି । ଆସନ୍ତା ୩ ଦିନରେ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ଖସିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

Leave A Reply

Your email address will not be published.