Latest Odisha News

ଆସୁଛି ଲଘୁଚାପ: ୨୬ରେ ଘୂର୍ଣ୍ଣିବଳୟ, ୨୯ରେ ଅବପାତ

ଭୁବନେଶ୍ଵର: ଆସନ୍ତା ୨୬ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୨୭ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ପାର୍ଶ୍ଵବର୍ତ୍ତୀ ଦକ୍ଷିଣ-ବଙ୍ଗୋପସାଗରର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।

ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତିକରିବା ସହ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରର ଅଞ୍ଚଳରେ ୨୯ ତାରିଖ ବେଳକୁ ଆହୁରି ଘନୀଭୂତ ହୋଇ ଏକ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଆସନ୍ତା ନଭେମ୍ବର ୨୯ ତାରିଖରେ ଏହା ଅବପାତ ଓ ପରେ ଗଭୀର ଅବପାତରେ ପରିଣତ ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଲଘୁଚାପ ଅଧିନ ଘନିଭୂତ ହେବା ପରେ ତାହା ବାତ୍ୟାର ରୂପ ନେବ କି ନାହିଁ ସେ ନେଇ ପରବର୍ତ୍ତୀ ସମୟରେ ଜଣାପଡିବ ।

 

Comments are closed.