Latest Odisha News

ବାଲୁକାକଳାରେ ସ୍ୱର୍ଗତଃ ରତନ ଟାଟାଙ୍କୁ ଶ୍ରଦ୍ଧାଞ୍ଜଳି

ପୁରୀ: ପୁରୀ ବେଳାଭୂମିରେ ରତନ ଟାଟା ଙ୍କ ବାଲୁକାକଳା ନିର୍ମାଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ l ଭାରତବର୍ଷ ଏକ ଅମୁଲ୍ୟ ରତ୍ନକୁ ହରାଇବା ସହ ଏକ ଅପୁରଣୀୟ କ୍ଷତି ସହିଛି ବୋଲି କହିଛନ୍ତି ଆନ୍ତର୍ଜାତୀୟ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ l

ଶିଳ୍ପ ଜଗତର କିମ୍ବନ୍ଦନ୍ତୀ ରତନ ଟାଟାଙ୍କ ପରଲୋକ ଘଟିଥିବାବେଳେ ଭାରତୀୟ ଶିଳ୍ପ ଜଗତ ପାଇଁ ଏକ ଅପୂରଣୀୟ କ୍ଷତି ଘଟିଛି । ସବୁଦିନ ପାଇଁ ଆଖି ବୁଜି ଦେଇଛନ୍ତି ବଦାନ୍ୟ ଶିଳ୍ପପତି ରତନ ଟାଟା । ବୟସାଧିକ୍ୟ ଜନିତ ସ୍ବାସ୍ଥ୍ୟ ସମସ୍ୟା ଲାଗି ବୁଧବାର ରାତିରେ ତାଙ୍କର ଦେହାନ୍ତ ହୋଇଥିଲା l

ରତନ ଟାଟା ଏକାଧାରରେ ଥିଲେ ଜଣେ ଶିଳ୍ପପତି ଓ ବଦାନ୍ୟ ବ୍ୟକ୍ତି । ଭାରତୀୟ ଉଦ୍ୟୋଗକୁ ବିଶ୍ବ ମଞ୍ଚରେ ପ୍ରତିଷ୍ଠିତ ଓ ଉପସ୍ଥାପିତ କରିବାରେ ଟାଟାଙ୍କ ଗୁରୁତ୍ବପୂର୍ଣ୍ଣ ଭୂମିକା ଥିଲା । ଶିଳ୍ପ କ୍ଷେତ୍ର ଭଳି ଉଲ୍ଲେଖନୀୟ ଅବଦାନ ପାଇଁ ଭାରତ ସରକାର ତାଙ୍କୁ ୨୦୦୦ରେ ପଦ୍ମଭୂଷଣ ଓ ୨୦୦୮ରେ ପଦ୍ମବିଭୂଷଣ ସମ୍ମାନ ପ୍ରଦାନ କରିଥିଲେ । କେବଳ ଭାରତ ନୁହେଁ ବିଶ୍ବବ୍ୟାପୀ ସେ ଥିଲେ ଜଣେ ପରିଚିତ ଶିଳ୍ପପତି ।

Leave A Reply

Your email address will not be published.