Latest Odisha News

BREAKING NEWS

ପୋଖରୀ ନିକଟରୁ ଉଦ୍ଧାର ହେଲା ନବଜାତ ଶିଶୁପୁତ୍ର

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ମନୋହରସାହି ସ୍ଥିତ ପୋଖରୀ ନିକଟରୁ ଶନିବାର ଏକ ନବଜାତ ଶିଶୁ ପୁତ୍ରକୁ ଉଦ୍ଧାର କରାଯାଇଛି ।

ପ୍ରାପ୍ତ ସୂଚନାରୁ ଜଣାପଡିଛି, ସ୍ଥାନୀୟ ବାସିନ୍ଦାମାନେ ସକାଳୁ ନିତ୍ୟକର୍ମ ପାଇଁ ପୋଖରୀ ପାଖକୁ ଯାଇଥିବା ବେଳେ ସେଠାରେ ଉକ୍ତ ନବଜାତ ଶିଶୁଟିର କାନ୍ଦ ଶୁଣିବାକୁ ପାଇଥିଲେ । ଶିଶୁଟି ଏକ ବୁଦାମୂଳରେ ପଡିଥିବା ଦେଖିବାକୁ ପାଇଥିଲେ ।

ପରବର୍ତ୍ତୀ ସମୟରେ ଉକ୍ତ ନବଜାତକକୁ ଗ୍ରାମବାସୀମାନେ ଉଦ୍ଧାର କରି ଚିକିତ୍ସା ନିମନ୍ତେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଇଛନ୍ତି । ତେବେ ଶିଶୁଟିର ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ନେଇ ସୁତ୍ରରୁ ପ୍ରକାଶ ।

Leave A Reply

Your email address will not be published.