Latest Odisha News

BREAKING NEWS

ଅଜଣା ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ରାସ୍ତା ଅବରୋଧ

ଯାଜପୁର: ଯାଜପୁର ୧୬ ନଂ ଜାତୀୟ ରାଜପଥର ପାଣିକୋଇଲି ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଅଜଣା ଗାଡି ଧକ୍କାରେ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକଙ୍କ ପରିଚୟ ମିଳିପାରି ନଥିବା ବେଳେ ଦୁର୍ଘଟଣା ଘଟାଇ ଗାଡିଟି ଘଟଣାସ୍ଥଳରୁ ଫେରାର ହୋଇଯାଇଛି।

ଘଟଣାକୁ ନେଇ ଚାପା ଉତ୍ତେଜନା ପ୍ରକାଶ ପାଇଛି। ଉତ୍ୟକ୍ତ ଲୋକେ ରାସ୍ତା ଅବରୋଧ କରିଛନ୍ତି। ଫଳରେ ଜାତୀୟ ରାଜପଥର ଉଭୟ ପାର୍ଶ୍ବରେ ଶହଶହ ଗାଡ଼ି ଅଟକି ରହିଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବାକୁ ଉଦ୍ୟମ ଜାରି ରଖିଛି।

Leave A Reply

Your email address will not be published.