ଜୟପୁର : ଜୟପୁର ବାଟ କୁହୁଡି ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । କାର ସହ ମୋଟର ସାଇକେଲ ମୁହାଁମୁହିଁ ଧକ୍କା ହେବାରୁ ୨ ଜଣଙ୍କ ମୃତ୍ୟୁ ହୋଇଛି । ସୂଚନା ଅନୁସାରେ, ଜଗଦଲପୁରରୁ କୋଟପାଡ଼ ଅଭିମୁଖେ ଆସୁଥିବା କାର । କିନ୍ତୁ ଏହି ସମୟରେ ବାଟକୁହୁଡି ଗାଁ ନିକଟରେ କାର ସହ ମୋଟର ସାଇକେଲର ମୁହାଁମୁହିଁ ଧକ୍କା ହୋଇଥିଲା । ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିଲା । ଅନ୍ୟ ଜଣଙ୍କୁ ଗୁରୁତର ଅବସ୍ଥାରେ ଚିକିତ୍ସା ପାଇଁ କୋଟପାଡ଼ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଆଣୁଥିବା ସମୟରେ ବାଟରେ ତାଙ୍କର ମୃତ୍ୟୁ ହୋଇଥିଲା । ମୃତକ ହେଲେ ଚରୁଚୁଣ୍ଡାର କୈଳାସ ମାଝି ଓ ଧମନାହାଣ୍ଡିର ଗଣପତି ପୂଜାରୀ । ଘଟଣାସ୍ଥଳରେ କୋଟପାଡ଼ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସେପଟେ ଶବ ବ୍ୟବଚ୍ଛେଦ ପରେ ଦୁଇ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର କରାଯିବ ବୋଲି କହିଛି ପୋଲିସ ।
BREAKING NEWS
- ଜଳିଗଲା ୨୦ରୁ ଅଧିକ ବାଇକ୍,ପୋଲିସ କରିଥିଲା ସିଜ୍
- ରେଳଷ୍ଟେସନରୁ ୫ ଆନ୍ତଃରାଜ୍ୟ ଚାଲାଣକାରୀ ଗିରଫ,ଗଞ୍ଜେଇ ଜବତ
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
Comments are closed.