କେନ୍ଦୁଝର : ୫୨୦ ନମ୍ବର ଜାତୀୟ ରାଜପଥର କେନ୍ଦୁଝର କଣ୍ଡରା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏକ ବାଇକ ସହ ଟ୍ରକ ମୁହାଁମୁହିଁ ଧକ୍କା ହେବାରୁ ମାଆ ଓ ପୁଅଙ୍କର ମୃତ୍ୟୁ ହୋଇଛି ।
ସୂଚନା ଅନୁଯାୟୀ, ବିରିକଳା ପଂଚାୟତ ଡଡୁଆଁ ଗାଁର ସୁନୀଲ ଗିରି ଓ ତାଙ୍କ ମାଆ ଏକ ବାଇକରେ କଣ୍ଡରାରୁ ଗାଁକୁ ଫେରୁଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ଦଶ ଚକିଆ ଟ୍ରକ ସହ ମୁହାଁ ମୁହିଁ ଧକ୍କା ହୋଇଥିଲେ । ଘଟଣା ସ୍ଥଳରେ ହିଁ ସୁଲୋଚନାଙ୍କର ମୃତ୍ୟୁ ହୋଇଥିଲା । ଗୁରୁତର ଅବସ୍ଥାରେ ସୁନୀଲଙ୍କୁ ବାସୁଦେବପୁର ମେଡିକାଲକୁ ନିଆଯାଇଥିଲେ ସୁଦ୍ଧା ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଉଭୟ ମାଆ ପୁଅଙ୍କ ମୃତ ଦେହ ବ୍ୟବଚ୍ଛେଦ ପାଇଁ ପଠାଯାଇଛି ।
ସେପଟେ ଦୁର୍ଘଟଣା ଘଟାଇଥିବା ଟ୍ରକକୁ ଜବତ କରିବା ସହ ଡ୍ରାଇଭରକୁ ଅଟକ ରଖିଛି ପୋଲିସ ।
Comments are closed.