ମାଲକାନଗିରି : ମାଲକାନଗିରି ପାଣ୍ଡିପାଲିରେ ଅଘଟଣ । ବରଯାତ୍ରୀଙ୍କ ଉପରେ ମାଡିଗଲା ଟ୍ରକ୍ । ବରଯାତ୍ରୀ ଶୋଭାଯାତ୍ରା ବେଳେ ମାଡ଼ିଗଲା ଟ୍ରକ୍ । ଫଳରେ ଘଟଣାସ୍ଥଳରେ ୩ ଜଣଙ୍କ ମୃତ୍ୟୁ ହୋଇଛି । ଏହାସହ ଅନ୍ୟ ୪ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ଆହତଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ହେଲେ ସେମାନଙ୍କ ସ୍ବାସ୍ଥ୍ୟବସ୍ଥା ସଙ୍କଟାପନ୍ନ ଥିବାରୁ ସମସ୍ତଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।
ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି । ଉତ୍ତ୍ୟକ୍ତ ଲୋକେ ଦୁର୍ଘଟଣା ଘଟାଇଥିବା ଟ୍ରକ୍ ଚାଳକକୁ ନିସ୍ତୁକ ମାଡ ମାରିଛନ୍ତି । ଏହାସହ ଜାତୀୟ ରାଜପଥ ଅବରୋଧ କରିଛନ୍ତି ଉତ୍ତ୍ୟକ୍ତ ଲୋକ । ଫଳରେ ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇଛି । ଟ୍ରକ୍ ଦୁର୍ଘଟଣାରେ ବର ପିତାଙ୍କ ସମେତ ଅନ୍ୟ ୨ ଜଣଙ୍କ ମୃତ୍ୟୁ ହୋଇଛି । ଘଟଣଶସ୍ଥଳରେ ପୋଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି ।
Comments are closed.