ରମ୍ଭା(ଗଞ୍ଜାମ): ଧକ୍କା ଦେବା ପରେ ବାଇକ ଉପରେ ଚଢ଼ିଗଲା ଟ୍ରକ । ଦୁଇ ଛୁଆଙ୍କର ମୃତ୍ୟୁ ହୋଇଥିବା ବେଳେ ବାପା-ମାଆ ଗୁରୁତର ହୋଇଛନ୍ତି । ଗଞ୍ଜାମ ଜିଲ୍ଲା ରମ୍ଭା ଥାନା ଶାବୁଳିଆ ଛକରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏତେ ଭୟଙ୍କର ଦୁର୍ଘଟଣା ଯେ, ଆଖିରେ ବି ଦେଖିହେବ ନାହିଁ । ଘଟଣାସ୍ଥଳରେ ପୁଅ ଓ ଝିଅ ଆଖି ବୁଜିଛନ୍ତି । ସଂକଟାପନ୍ନ ଅବସ୍ଥାରେ ଗୁରୁତର ବାପା-ମାଆଙ୍କୁ ବ୍ରହ୍ମପୁର ଏମକେସିଜିକୁ ସ୍ଥାନାନ୍ତର କରାଯାଇଛି ।

ମୃତାହତମାନେ ରମ୍ଭା ଅଞ୍ଚଳର ବୋଲି ଜଣାପଡ଼ିଛି । ବାଇକ୍ ଯୋଗେ ସ୍ତ୍ରୀ ଓ ଦୁଇ ପିଲାଙ୍କୁ ଧରି ଶାବୁଳିଆ ଛକରେ ରାସ୍ତା ପାର ହେଉଥିବା ବେଳେ ସିମେଣ୍ଟ ବୋଝେଇ ଟ୍ରକ ସେମାନଙ୍କ ଉପରେ ଚଢ଼ି ଯାଇଥିଲା । ଦୁର୍ଘଟଣାଗ୍ରସ୍ତ ବାଇକକୁ ଦେଖିଲେ ଅନୁମାନ କରି ହେବ କେତେ ବଡ଼ ଦୁର୍ଘଟଣା ଘଟିଛି । ପୋଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଟ୍ରକକୁ ଜବତ କରିବା ସହ ଡ୍ରାଇଭରକୁ ଅଟକ ରଖିଛି ପୋଲିସ ।
BREAKING NEWS
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
- Rourkela Plane Crash: ରାଉରକେଲା ବିମାନ ଦୁର୍ଘଟଣା; ସ୍ଥାନୀୟ ଜନସାଧାରଣଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
- ଟି୨୦ ବିଶ୍ୱକପ: ଚର୍ଚ୍ଚାରେ ଅକ୍ଷର ପଟେଲଙ୍କ ବୟାନ
- ଅସୁରକ୍ଷିତ ରାସ୍ତା ଯୋଗୁଁ ଦୁର୍ଘଟଣା; ରାସ୍ତା ନିର୍ମାଣକାରୀ ସଂସ୍ଥାକୁ ଚିଠି ଲେଖିଲା ଏସଟିଏ
- ସମ୍ବଲପୁରବାସୀଙ୍କୁ ମିଳିବ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ, ୪୫୧ କୋଟିର ମେଗା ପ୍ରକଳ୍ପ…
- papa buka : ଅନ୍ତର୍ଜାତୀୟ ସ୍ତରରେ ପ୍ରଶଂସିତ ଓଡିଆ ପ୍ରଯୋଜକଙ୍କ “ପାପା ବୁକା’;ଏକାଡେମୀ ଆୱାର୍ଡସର ୩ ବିଭାଗରେ…
Comments are closed.