ରମ୍ଭା(ଗଞ୍ଜାମ): ଧକ୍କା ଦେବା ପରେ ବାଇକ ଉପରେ ଚଢ଼ିଗଲା ଟ୍ରକ । ଦୁଇ ଛୁଆଙ୍କର ମୃତ୍ୟୁ ହୋଇଥିବା ବେଳେ ବାପା-ମାଆ ଗୁରୁତର ହୋଇଛନ୍ତି । ଗଞ୍ଜାମ ଜିଲ୍ଲା ରମ୍ଭା ଥାନା ଶାବୁଳିଆ ଛକରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏତେ ଭୟଙ୍କର ଦୁର୍ଘଟଣା ଯେ, ଆଖିରେ ବି ଦେଖିହେବ ନାହିଁ । ଘଟଣାସ୍ଥଳରେ ପୁଅ ଓ ଝିଅ ଆଖି ବୁଜିଛନ୍ତି । ସଂକଟାପନ୍ନ ଅବସ୍ଥାରେ ଗୁରୁତର ବାପା-ମାଆଙ୍କୁ ବ୍ରହ୍ମପୁର ଏମକେସିଜିକୁ ସ୍ଥାନାନ୍ତର କରାଯାଇଛି ।

ମୃତାହତମାନେ ରମ୍ଭା ଅଞ୍ଚଳର ବୋଲି ଜଣାପଡ଼ିଛି । ବାଇକ୍ ଯୋଗେ ସ୍ତ୍ରୀ ଓ ଦୁଇ ପିଲାଙ୍କୁ ଧରି ଶାବୁଳିଆ ଛକରେ ରାସ୍ତା ପାର ହେଉଥିବା ବେଳେ ସିମେଣ୍ଟ ବୋଝେଇ ଟ୍ରକ ସେମାନଙ୍କ ଉପରେ ଚଢ଼ି ଯାଇଥିଲା । ଦୁର୍ଘଟଣାଗ୍ରସ୍ତ ବାଇକକୁ ଦେଖିଲେ ଅନୁମାନ କରି ହେବ କେତେ ବଡ଼ ଦୁର୍ଘଟଣା ଘଟିଛି । ପୋଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଟ୍ରକକୁ ଜବତ କରିବା ସହ ଡ୍ରାଇଭରକୁ ଅଟକ ରଖିଛି ପୋଲିସ ।
BREAKING NEWS
- Hirakud Dam:ବନ୍ଦ ହେଲା ହୀରାକୁଦର ୧୦ ଗେଟ୍;ଏତିକି ଗେଟ୍ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ
- ଟାଇମ ପତ୍ରିକାର ‘ଟାଇମ ୧୦୦ ନେକ୍ସଟ’ ତାଲିକାରେ ଭାରତର ବୈଭବ
- Regularizes Junior Teachersr:ନିୟମିତ ହେଲେ କନିଷ୍ଠ ଶିକ୍ଷକ,ନିୟମିତକରଣ ୧ ଜାନୁଆରୀ…
- ୱେଷ୍ଟଇଣ୍ଡିଜ ବିପକ୍ଷ ସିରିଜରେ ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ: ପ୍ରସିଦ୍ଧ ବାଦ,ୱାଶିଂଟନଙ୍କୁ ବିଶ୍ରାମ
- ଆଇସିସିର ନୂଆ ନିୟମ: ଆନ୍ତର୍ଜାତୀୟ କ୍ରିକେଟ୍ରେ ଆସିଲା ବଡ଼ ପରିବର୍ତ୍ତନ
- କନ୍ଧମାଳ ଜିଲ୍ଲାରେ ଟିପିଏସ୍ଓଡିଏଲ୍ ପକ୍ଷରୁ ‘ସୋଲାର ରଥ’ ଶୁଭାରମ୍ଭ
- ଏସୀୟ କ୍ରୀଡ଼ା ୨୦୨୬: ପାକିସ୍ତାନକୁ ହରାଇ ଫାଇନାଲରେ ଭାରତୀୟ ହକି ଦଳ
- Subhadra ShaktiBazaar:ମୁମ୍ବାଇରେ ‘ସୁଭଦ୍ରା ଶକ୍ତି ପପ୍-ଅପ୍ ବଜାର’;ମହିଳାଙ୍କ ଦ୍ୱାରା ପ୍ରସ୍ତୁତ ହସ୍ତତନ୍ତ ଓ ହସ୍ତଶିଳ୍ପ ସାମଗ୍ରୀ ପ୍ରଦର୍ଶିତ
- ଏସୀୟ କ୍ରୀଡ଼ା ଫାଇନାଲ୍: ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ହାତମିଳାକୁ ନେଇ ସସପେନ୍ସ
- Ken-Betwa Project: ମଧ୍ୟପ୍ରଦେଶ ପାନ୍ନା ଗାଁରେ ଅଭିନବ ପ୍ରତିବାଦ

Comments are closed.