Latest Odisha News

ଟ୍ରକ୍ ପଛରେ ପିଟି ହେଲା ବାଇକ୍, ଦୁଇ ମୃତ ଓ ଜଣେ ଗୁରୁତର

ଭଦ୍ରକ: ଟ୍ରକ ପଛରେ ପିଟିହେଲା ବାଇକ୍ । ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ଗତକାଲି ବିଳମ୍ବିତ ରାତିରେ ୧୬ ନମ୍ବର ଜାତୀୟ ରାଜପଥରେ ଭଦ୍ରକ ଜିଲ୍ଲା ଭଣ୍ଡାରୀପୋଖରୀ ଥାନା କହରାପୋଖରୀ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି ।

ଟ୍ରକକୁ ପଛରୁ ବାଇକ୍ ଧକ୍କା ଦେବା ପରେ ୩ ଆରୋହୀ ଛିକିଟି ପଡିଥିଲେ । ଗୁରୁତର ଅବସ୍ଥାରେ ସେମାନଙ୍କୁ ଭଣ୍ଡାରୀପୋଖରୀ ଅଗ୍ନିଶମ ବାହିନୀ ଉଦ୍ଧାର କରି ଭଦ୍ରକ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ ।

ସେଠାରେ ଡାକ୍ତର ଦୁଇ ଜଣଙ୍କୁ ମୃତ ଘୋଷଣା କରିଥିବା ବେଳେ ଗୁରୁତର ଥିବା ଅନ୍ୟ ଜଣଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରିଛନ୍ତି । ମୃତକଙ୍କ ପରିଚୟ ମିଳିପାରି ନଥିବା ବେଳେ ଗୁରୁତର ଯୁବକ ହେଲେ ଭଣ୍ଡାରିପୋଖରୀ ଥାନା ଦକ୍ଷିଣବାଡ଼ ଅଞ୍ଚଳର ଦେବେଶ ସାହୁ ।

Leave A Reply

Your email address will not be published.