Latest Odisha News

BREAKING NEWS

ଅଚ୍ୟୁତ ସାମନ୍ତଙ୍କୁ ଜେଇସିଆର୍‍ସି ବିଶ୍ୱବିଦ୍ୟାଳୟରୁ ୭୦ତମ ସମ୍ମାନସୂଚକ ଡକ୍ଟରେଟ୍

ଭୁବନେଶ୍ୱର: ଶିକ୍ଷାବିତ୍‌, ସମାଜସେବୀ ତଥା କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ରାଜସ୍ଥାନର ଜୟପୁରରେ ଥିବା ଜେଇସିଆର୍‍ସି ବିଶ୍ୱବିଦ୍ୟାଳୟରୁ ସମ୍ମାନସୂଚକ ଡକ୍ଟରେଟ୍‍ ପ୍ରଦାନ କରାଯାଇଛି। ଜେଇସିଆର୍‍ସି ବିଶ୍ୱବିଦ୍ୟାଳୟର ୯ମ ସମାବର୍ତ୍ତନ ଉତ୍ସବ ଅବସରରେ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି।

ଏହା ହେଉଛି ଅଚ୍ୟୁତ ସାମନ୍ତଙ୍କ ୭୦ ତମ ସମ୍ମାନସୂଚକ ଡକ୍ଟରେଟ୍। ଶିକ୍ଷା ଜରିଆରେ ସମାଜର ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି। ବହୁ ବିଶିଷ୍ଟ ଅତିଥି ଓ ଛାତ୍ରଛାତ୍ରୀଙ୍କ ଉପସ୍ଥିତିରେ ଜେଇସିଆର୍‍ସି ବିଶ୍ୱବିଦ୍ୟାଳୟର ଚେୟାରପର୍ସନ ଓ. ପି ଅଗ୍ରୱାଲ୍‍ ତାଙ୍କୁ ଏହି ସମ୍ମାନ ପ୍ରଦାନ କରିଥିଲେ। ଜେଇସିଆର୍‍ସି ଫାଉଣ୍ଡେସନ୍ ହେଉଛି ଏକ ୨୫ ବର୍ଷର ପୁରୁଣା ଶିକ୍ଷାନୁଷ୍ଠାନ। ଏଥିରେ ୨୫ହଜାରରୁ ଅଧିକ ଛାତ୍ରଛାତ୍ରୀ ଏବେ ଅଧ୍ୟୟନ କରୁଛନ୍ତି। ଜେଇସିଆର୍‍ସି ବିଶ୍ୱବିଦ୍ୟାଳୟର ୯ମ ସମାବର୍ତ୍ତନ ଉତ୍ସବ ଅବସରରେ ସେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଦୀକ୍ଷାନ୍ତ ଅଭିଭାଷଣ ପ୍ରଦାନ କରିଥିଲେ।

ଜେଇସିଆର୍‍ସି ବିଶ୍ୱବିଦ୍ୟାଳୟର ଶିକ୍ଷା ପରିଷଦ ଏବଂ ପରିଚାଳନା ବୋର୍ଡ ସମ୍ମାନସୂଚକ ଡକ୍ଟରେଟ୍‍ ପ୍ରଦାନ ପାଇଁ ତାଙ୍କ ନାମ ସୁପାରିଶ କରିଥିଲେ ଏବଂ ସର୍ବସମ୍ମତି କ୍ରମେ ସମ୍ମାନସୂଚକ ଡକ୍ଟରେଟ୍‍ ଡିଗ୍ରୀ ପ୍ରଦାନ କରିବାକୁ ନିଷ୍ପତ୍ତି ନେଇଥିଲେ।

ଏହି ସମ୍ମାନ ପାଇଁ ତାଙ୍କୁ ଜେଇସିଆର୍‍ସି ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ କୃତଜ୍ଞତା ଜଣାଇବା ସହ କହିଥିଲେ ଯେ, ବିଗତ ୩ ଦଶନ୍ଧିରୁ ଊର୍ଦ୍ଧ୍ୱ ସମୟ ଧରି ଶିକ୍ଷା ଓ ସମାଜସେବା କ୍ଷେତ୍ରରେ ସେ ନିରନ୍ତର କାମ କରିଆସୁଛନ୍ତି। ଏହି ସମ୍ମାନ ଶିକ୍ଷା ଓ ସମାଜସେବା କ୍ଷେତ୍ରରେ କାମ କରିବାକୁ ଆହୁରି ପ୍ରେରଣା ଯୋଗାଇବ।

 

Comments are closed.