Latest Odisha News

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଯୋଡିହେଲା କଟକ

କଟକ : ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଯୋଡିହେଲା କଟକ । କଟକରେ ସ୍ମାର୍ଟ ହେଲଥ୍ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାଦ୍ୱାରା କଟକର ହିତାଧୀକାରୀ ଉପକୃତ ହେବେ । ଏହି କାର୍ଯ୍ୟକ୍ରମରେ  ପ୍ରତ୍ୟେକଟି ଜୀବନ ମୋ ପାଇଁ ମୂଲ୍ୟବାନ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

କଟକ ବାଲିଯାତ୍ରା ପଡିଆରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସୁସ୍ଥ ଓଡିଶା ଓ ସୁଖୀ ଓଡିଶା ଲକ୍ଷ୍ୟ ପୂରଣ ଦିଗରେ ରାଜ୍ୟ ସରକାରଙ୍କ ପ୍ରତିବଦ୍ଧତାର ନିଦର୍ଶନ ହେଉଛି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ । କଟକର ୧୮ ଲକ୍ଷ ଲୋକ ଏହି ସୁବିଧା ପାଇବେ । ଏହା ସହ ଜିଲ୍ଲାପାଇଁ ୧୫ଶହ ଟଙ୍କାର ପ୍ରକଳ୍ପ ଉଦଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଜନସାଧାରଣଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ଦିଗରେ ଏହି କାର୍ଡ ରକ୍ଷା କବଚ ଭଳି ସେବା ଯୋଗାଇ ଚାଲିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । କଟକର SCB କୁ ଏକ ବିଶ୍ୱସ୍ତରୀୟ ସ୍ୱାସ୍ଥ୍ୟ ସେବା ଅନୁଷ୍ଠାନ ଭାବରେ ଗଢିବା ପାଇଁ ସରକାରଙ୍କ ପଦକ୍ଷେପ ବିଷୟରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଗାମୀ ଦିନରେ ଦେଶର ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଏକ ମାଇଲ ଖୁଣ୍ଟ ହୋଇ ରହିବ ।

କଟକ ବାସୀଙ୍କ ପ୍ରିୟ ଶ୍ରମିକ ନେତା ବିଶ୍ୱନାଥ ପଣ୍ଡିତଙ୍କୁ ସ୍ମରଣ କରି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ଯେ ବିଶ୍ୱନାଥ ପଣ୍ଡିତ ସେଣ୍ଟ୍ରାଲ ଲାଇବ୍ରେରୀକୁ ପୁରୀ-ଅନୁଗୁଳ ବସ୍‌ଷ୍ଟାଣ୍ଡ ନିକଟରେ ପୁନଃସ୍ଥାପିତ କରାଯାଇ ଏକ ଅତ୍ୟାଧୁନିକ ଲାଇବ୍ରେରୀ ଭାବରେ ନିର୍ମାଣ କରାଯିବ।ସବୁ କ୍ଷେତ୍ରରେ କଟକ ତାର ସ୍ୱତନ୍ତ୍ରତା ସବୁବେଳେ ବଜାୟ ରଖିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଏହି କାର୍ଯ୍ୟକ୍ରମରେ ଆଇନମନ୍ତ୍ରୀ ପ୍ରତାପ ଜେନା , ବିଜେପି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ , ଜିଲ୍ଲା ବିଜେଡି ସଭାପତି ଦେବାଶିଷ ସାମନ୍ତରାୟ ,କଟକ ଜିଲ୍ଲାପାଳ ,ସିଏମସି କମିଶନର ,କଟକର ବିଧାୟକ ମାନ ଉପସ୍ଥିତ ଥିଲେ । ସୁରକ୍ଷା ଦୃଷ୍ଟିରୁ ଅନ୍ୟପଟେ ଏହି କାର୍ଯ୍ୟକ୍ରମରେ ୧୫ ପ୍ଲାଟୁନ ପୋଲିସ ଫୋର୍ସ ମୃତୟନ କରାଯାଇଥିଲା ।

Comments are closed.