Latest Odisha News

BREAKING NEWS

୧୨ ରାଜ୍ୟ ଫେରନ୍ତାଙ୍କ ଉପରେ ନଜର ରଖ : ACS

ଭୁବନେଶ୍ବର : ଦେଶରେ ଧିରେ ଧିରେ କାୟା ମେଲାଇଲାଣି ମହାମାରୀ କରୋନା । ଯାହାକୁ ନେଇ ଏବେ ଲୋକଙ୍କ ମନରେ ପଶିଲାଣି ଛନକା । ଏଭଳିସ୍ଥିତିରେ ୧୨ଟି ରାଜ୍ୟରୁ ଓଡ଼ିଶାକୁ ଫେରୁଥିବା ପ୍ରବାସୀଙ୍କ ଉପରେ ନଜର ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର । ଏନେଇ ରାଜ୍ୟର ସବୁ ଜିଲ୍ଲାପାଳ, ମ୍ୟୁନିସିପାଲ କମିଶନରଙ୍କୁ ଏକ ଜରୁରୀ ଚିଠି ଲେଖିଛନ୍ତି ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ।

ସେହିପରି ଭୁବନେଶ୍ବର ଓ ଝାରସୁଗୁଡ଼ା ଏୟାରପୋର୍ଟର ନିର୍ଦ୍ଦେଶକ, ପୂର୍ବତଟ ରେଳବାଇକୁ ଚିଠି ଲେଖି ଓଡ଼ିଶା ଫେରୁଥିବା ଲୋକଙ୍କ ଉପରେ ନଜର ରଖିବାକୁ କୁହାଯାଇଛି । ଏହି ୧୨ଟି ରାଜ୍ୟଗୁଡିକ ହେଲା, ମହାରାଷ୍ଟ୍ର, କେରଳ, ତେଲେଙ୍ଗାନା, ପଶ୍ଚିମବଙ୍ଗ, ପଞ୍ଜାବ, ଦିଲ୍ଲୀ, ଛତିଶଗଡ଼, ମଧ୍ୟପ୍ରଦେଶ, ତାମିଲନାଡୁ, କର୍ଣ୍ଣାଟକ ଓ ଆନ୍ଧ୍ର ପ୍ରଦେଶ । ପ୍ରବାସୀଙ୍କ ଉପରେ ନଜର ରଖିବାକୁ ପରାମର୍ଶ ଦିଆଯିବା ସହ ଏୟାରପୋର୍ଟ ଓ ରେଳ ଷ୍ଟେସନରେ ଥର୍ମାଲ ସ୍କ୍ରିନିଂ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଯେଉଁମାନଙ୍କ କିଛି ଲକ୍ଷଣ ଦେଖାଯିବ ସେମାନଙ୍କୁ ରାପିଡ୍ ଆଣ୍ଟିଜେନ୍ ଟେଷ୍ଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଯଦି କୌଣସି ବ୍ୟକ୍ତିଙ୍କ କରୋନା ପଜିଟିଭ୍ ଜଣାପଡ଼ିବେ, ତେବେ ତାଙ୍କୁ ଆଇସୋଲେସନରେ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ ମହାପାତ୍ର ।

Leave A Reply

Your email address will not be published.