Latest Odisha News

BREAKING NEWS

ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ: ପ୍ରବଳ ବର୍ଷା ନେଇ ତିନି ଜିଲ୍ଲାକୁ ରେର୍ଡ ଆଲର୍ଟ

ଭୁବନେଶ୍ୱର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ। ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳ ଉପରେ ସକ୍ରିୟ ରହିଛି ଲଘୁଚାପ। ଆଗାମୀ ୨୪ ଘଣ୍ଟାରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ଏହା ପ୍ରଭାବରେ ଆସନ୍ତା ୩ ଦିନ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ସେହିପରି ୨୪ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି। ଆଜି ପାଇଁ ୩ ଜିଲ୍ଲା କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁରକୁ ରେଡ୍ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏହି ୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ରାଜ୍ୟର ଅନ୍ୟ ସବୁ ଜିଲ୍ଲାରେ ପ୍ରବଳରୁ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ପ୍ରବଳ ବର୍ଷା ଓ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ପାଇଁ ୩ ଜିଲ୍ଲା କଳାହାଣ୍ଡି, ରାୟଗଡ଼ା ଓ ଗଜପତିକୁ ଓ ନବରଙ୍ଗପୁରକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ବର୍ଷା ସହ ସମୁଦ୍ର ଅଶାନ୍ତ ରହିବା ଯୋଗୁଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି। ପ୍ରସ୍ତୁତ ରହିବାକୁ ଜିଲ୍ଲା ପ୍ରଶାସନକୁ ସତର୍କ କରାଇଛନ୍ତି ଏସଆରସି। ୧୯ ଅଗଷ୍ଟ ସୁଦ୍ଧା ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ପ୍ରଦେଶ ଉପକୂଳ ଅତିକ୍ରମ କରିବ ଲଘୁଚାପ। ସେପଟେ ପାଣିପାଗ ବିଭାଗର ଆକଳନ ଅନୁସାରେ ଅଗଷ୍ଟ ୨୩ ବେଳକୁ ଆଉ ଏକ ଲଘୁଚାପ ହୋଇପାରେ ।

Comments are closed.