Latest Odisha News

BREAKING NEWS

ମୌସୁମୀ ପ୍ରଭାବରେ ଆହୁରୀ ୩ ଦିନ ବର୍ଷିବ, ୧୨ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ସକ୍ରିୟ ମୌସୁମୀ ପ୍ରଭାବରେ ଓଡ଼ିଶାରେ ବର୍ଷା ଲାଗି ରହିଛି। ମୌସୁମୀ ପ୍ରଭାବରେ ଆହୁରୀ ୩ ଦିନ ବର୍ଷିବ। ଆଜି ୧୨ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ। ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ହେଉଛି।

ବୁଧବାର ସକାଳ ସୁଦ୍ଧା ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ଦେବଗଡ଼, କଟକ, ଜଗତସିଂହପୁର, ବୌଦ୍ଧ, କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ ପୁରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ବା‌ଲେଶ୍ବର, ଭଦ୍ରକ, ଯାଜପୁର, ଗଞ୍ଜାମ, ନୂଆପଡ଼ା ଓ ସୁବର୍ଣ୍ଣପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।

ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ଳ ଭଦ୍ରକରେ ପ୍ରବଳରୁ ଅତିପ୍ରବଳ ଓ ଢେଙ୍କାନାଳ, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ଅନୁଗୁଳ, ଦେବଗଡ଼ ଓ ଯାଜପୁରରେ ପ୍ରବଳ ବର୍ଷା ‌ହେବ।

Comments are closed.