Latest Odisha News

BREAKING NEWS

ସିଦ୍ଧାନ୍ତ ମହାପାତ୍ରଙ୍କ ମାତୃ ବିୟୋଗ; ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଅଭିନେତାରୁ ରାଜନେତା ପାଲଟିଥିବା ସିଦ୍ଧାନ୍ତ ମହାପାତ୍ରଙ୍କ ମାଆଙ୍କ ବିୟୋଗରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ଉପମୁଖ୍ୟମନ୍ତ୍ରୀ କେ.ଭି ସିଂହ ଦେଓ ଏବଂ ପ୍ରଭାତୀ ପରିଡା ଶନିବାର ଶୋକ ପ୍ରକାଶ କରିଛନ୍ତି।

ଏନେଇ ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆରେ ଏକ ପୋଷ୍ଟ କରି କହିଛନ୍ତି, ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ମାତୃ ବିୟୋଗ ବିଷୟରେ ଜାଣି ଅତ୍ୟନ୍ତ ଦୁଃଖିତ। ଭୁବନେଶ୍ୱର ସ୍ଥିତ ବାସଭବନରେ ପାର୍ଥିବ ଶରୀରର ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କଲି ଓ ଶୋକାକୁଳ ପରିବାରବର୍ଗଙ୍କୁ ଭେଟି ସମବେଦନା ଜଣାଇଲି। ମୁଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି ଯେ ସେ ଦିବଙ୍ଗତ ଆତ୍ମାଙ୍କୁ ଶାନ୍ତି ପ୍ରଦାନ କରିବା ସହ ତାଙ୍କ ପରିବାରବର୍ଗଙ୍କୁ ଏହି ଦୁଃଖ ସହିବାର ଶକ୍ତି ପ୍ରଦାନ କରନ୍ତୁ।

ଓଡ଼ିଶାର ଖ୍ୟାତନାମା ଅଭିନେତା ତଥା ଆମ ଦଳର ମାନ୍ୟବର ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ମାତା କନକ ମହାପାତ୍ରଙ୍କ ବିୟୋଗ ଖବର ଶୁଣି ମୁଁ ଗଭୀର ଭାବେ ଦୁଃଖିତ ଏବଂ ମର୍ମାହତ। ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ମୋର ଗଭୀର ସମବେଦନା ଜଣାଉଛି ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ କେ.ଭି ସିଂହ ଦେଓ।

ସେହିପରି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି ଯେ, ଲୋକପ୍ରିୟ ଅଭିନେତା ତଥା ଆମ ଦଳର ଦିଗପହଣ୍ଡି ବିଧାୟକ ଶ୍ରୀ ସିଦ୍ଧାନ୍ତ ମହାପାତ୍ରଙ୍କ ମାତା କନକ ମହାପାତ୍ରଙ୍କ ପରଲୋକ ଖବର ଶୁଣି ମୁଁ ଦୁଃଖିତ। ଏ ଦୁଃଖଦ ସମୟରେ ତାଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦ୍‌ଗତି କାମନା କରୁଛି।

 

Comments are closed.