କଟକ: ଥମୁନି ବର୍ଷା-ଅନୁଭବ ବିବାଦ । ସାଂସଦ ଅନୁଭବ ମହାନ୍ତି ଓ ତାଙ୍କ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ବିବାଦ ତୁଟିବାର ନାଁ ଧରୁନି । ପୁଣି ଥରେ କଟକ ପୁରୀଘାଟ ଥାନାରେ ଏତଲା ଦେଇଛନ୍ତି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ । ଭିଡିଓ ଭାଇରାଲ୍ କରି ତାଙ୍କୁ ବଦନାମ କରାଯାଉଥିବା ଅଭିଯୋଗ ସେ ଅଭିଯୋଗ କରିଛନ୍ତି ।

ଗତକାଲି ବିଳମ୍ବିତ ରାତିରେ ଥାନାକୁ ଆସି ବର୍ଷା ଏତଲା ଦେଇଛନ୍ତି । ଅନୁଭବ ଓ ତାଙ୍କ ମଧ୍ୟରେ ପାଟିତୁଣ୍ଡର ଏକ ଭିଡିଓ ଭାଇରାଲ୍ କରି ତାଙ୍କ ଭାବମୂର୍ତ୍ତି ନଷ୍ଟ କରାଯାଉଛି ବୋଲି କହିଛନ୍ତି ବର୍ଷା । ଯେଉଁ ଭିଡିଓରେ ଅନୁଭବ ଓ ବର୍ଷାଙ୍କ ବିରୋଧରେ କଥା କଟାକଟି ହେଉଥିବା ଦେଖିବାକୁ ମିଳିଥିଲା । ଗତକାଲି ଅନୁଭବ କଟକ ଏସଡିଜେଏମଙ୍କ କୋର୍ଟରେ ହାଜର ହୋଇଥିବା ବେଳେ ରାତିରେ ବର୍ଷା ଥାନାରେ ଏତଲା ଦେଇଛନ୍ତି ।
BREAKING NEWS
- Jaundice In Khordha: ଏଥିପାଇଁ ନବୋଦୟ ସ୍କୁଲରେ ବ୍ୟାପିଲା ଜଣ୍ଡିସ୍;ଆସିଲା ଜିଲ୍ଲା ଜନସ୍ବାସ୍ଥ୍ୟ ବିଭାଗର ରିପୋର୍ଟ
- ଲିଷ୍ଟ ଏ କ୍ରିକେଟରେ ବିଶ୍ୱ ରେକର୍ଡ ସ୍ଥାପନ କଲେ ରିତୁରାଜ
- pollution certificate: ‘ସାର୍ଟିଫିକେଟ ନାହିଁ ତ ତେଲ ନାହିଁ,ଏହି ନିଷ୍ପତ୍ତି ପ୍ରତ୍ୟାହାର ନକଲେ ଆନ୍ଦୋଳନକୁ ରାଜ୍ୟବ୍ୟାପୀ କରାଯିବ’
- ଲାଞ୍ଚ ନେଇ ଫସିଲେ ଆରଆଇ
- Odisha receive bomb threat: ବୋମା ଧମକର ବିଧିବଦ୍ଧ ତଦନ୍ତ ଦାବି କଲା ହାଇକୋର୍ଟ ବାର ଆସୋସିଏସନ
- ରେଡ୍ ବେଳେ ପହଞ୍ଚିଲେ ମମତା ବାନାର୍ଜୀ; ଇଡି ସହ ମୁହାଁମୁହିଁ
- କ୍ଷମା ମାଗିଲେ ଇଂଲଣ୍ଡ ଦଳର ଅଧିନାୟକ ହ୍ୟାରୀ ବ୍ରୁକ
- ବାୟୁ ପ୍ରଦୂଷଣ ନେଇ ଧର୍ମେନ୍ଦ୍ରଙ୍କ ଚିନ୍ତା ପ୍ରକଟ;ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖି ହସ୍ତକ୍ଷେପ ଲୋଡିଲେ
- ବିଜୟ ହଜାରେ ଟ୍ରଫି: କ୍ୱାର୍ଟର ଫାଇନାଲ ଲାଇନଅପ ଚୂଡାନ୍ତ
- ସବୁଠାରୁ ବଡ଼ ପ୍ରତିରକ୍ଷା ଚୁକ୍ତି ଖୁବ୍ ଶୀଘ୍ର ହେବ ଚୂଡ଼ାନ୍ତ; ଜର୍ମାନୀ ଭାରତକୁ ଦେବ ୬ଟି ଘାତକ ବୁଡ଼ାଜାହାଜ
Comments are closed.