Latest Odisha News

BREAKING NEWS

ଆଡ଼ପ ମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି; ଆଡ଼ପ ଦର୍ଶନ ସହ ଆଜିଠୁ ଭକ୍ତଙ୍କୁ ମିଳିବ ଆଡ଼ପ ଅବଢ଼ା

ପୁରୀ: ଆଡ଼ପ ମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି। ଆଜି ଜନ୍ମବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରି କୋଟି ପୂଣ୍ୟ ଅର୍ଜିବେ ଶ୍ରଦ୍ଧାଳୁ । ଆଡ଼ପ ଦର୍ଶନ ସହ ଆଜିଠୁ ଭକ୍ତଙ୍କୁ ମିଳିବ ଆଡ଼ପ ଅବଢ଼ା। ଆଡ଼ପ ଅବଢ଼ା ପାଇ କୃତ୍ୟ କୃତ୍ୟ ହେବେ ଅଗଣିତ ଜଗନ୍ନାଥ ପ୍ରେମୀ । ଶ୍ରୀଗୁଣ୍ଡିଚା ମନ୍ଦିର ଭକ୍ତମୟ ହୋଇଛି।

ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପରେ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଚକ୍ରରାଜ ସୁଦର୍ଶନଙ୍କ ସହ ତିନି ଠାକୁର ଗୋଟି ପହଣ୍ଡିରେ ଜନ୍ମବେଦୀରେ ବିରାଜମାନ କରିଛନ୍ତି । ରଥରୁ ଓହ୍ଲାଇ ପ୍ରଥମେ ସୁଦର୍ଶନ ପରେ ବଳଭଦ୍ର ଓ ସୁଭଦ୍ରା ଗୁଣ୍ଡିଚା ମନ୍ଦିରକୁ ପ୍ରବେଶ କରିବା ପରେ ଶେଷରେ କାଳିଆ ଠାକୁର ରଥରୁ ଓହ୍ଲାଇ ଜନ୍ମବେଦୀରେ ବିଜେ କରିଛନ୍ତି । ଗତକାଲି ସନ୍ଧ୍ୟାଧୂପ ପରେ ଗୋଟି ପହଣ୍ଡିରେ ଗଲେ ଭାଇ-ଭଉଣୀ। ଆଜି ଶ୍ରଦ୍ଧାଳୁଙ୍କୁ ମିଳିବ ଆଡ଼ପ ଅବଢ଼ା ।

ଅନ୍ୟପଟେ ଆଜି ଆଡ଼ପ ମଣ୍ଡପରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ ଶ୍ରୀଜୀଉ । ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କୁ ଦର୍ଶନ କଲେ କୋଟି ପୂଣ୍ୟ ମିଳେ ବୋଲି ବିଶ୍ୱାସ ରହିଛି । ଖାଲି ସେତିକି ନୁହେଁ ଆଜି ଭକ୍ତ ମାନେ ମହାପ୍ରଭୁଙ୍କ ଦର୍ଶନ କରିବା ସହିତ ଆଡପ ଅବଢ଼ା ମଧ୍ୟ ସେବନ କରିପାରିବେ। ଆଜିଠାରୁ ଭକ୍ତମାନେ ଆଡ଼ପ ଅବଢ଼ା ପାଇପାରିବେ। ଏହି ଅବଢ଼ା ଶ୍ରଦ୍ଧାଳୁଙ୍କୁ ୬ ଦିନ ଯାଏ ମିଳିବ ।

Comments are closed.