Latest Odisha News

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ଖାଦ୍ୟ ସୁରକ୍ଷା ହିତାଧିକାରୀ ପାଇବେ ଅତିରିକ୍ତ ଚାଉଳ

ଭୁବନେଶ୍ବର : କରୋନା ମହାମାରୀ ସମୟରେ ରାଜ୍ୟ ସରକାରଙ୍କ ବଡ଼ ଘୋଷଣା । ସଂକ୍ରମଣକୁ ଦୃଷ୍ଟିରେ ରଖି ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିଛନ୍ତି ମୁଖ୍ୟମନ୍ତ୍ରୀ । ମେ ମାସରୁ ଅତିରିକ୍ତ ୫ କେଜି ଚାଉଳ ମାଗଣାରେ ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁସାରେ, ମେ ଓ ଜୁନ ଦୁଇ ମାସ ପାଇଁ ହିତାଧିକାରୀମାନେ ମାଗଣାରେ ଅତିରିକ୍ତ ପାଞ୍ଚ କେଜି ଲେଖାଏଁ ଚାଉଳ ପାଇବେ । ଏହି ଘୋଷଣା ପରେ ରାଜ୍ୟରେ ଉପକୃତ ହେବେ ୧୨ ଲକ୍ଷ ହିତାଧିକାରୀ । ଅତିରିକ୍ତ ଚାଉଳ ବାବଦ ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ।

Leave A Reply

Your email address will not be published.