Latest Odisha News

BREAKING NEWS

ସ୍ବତନ୍ତ୍ର ଉନ୍ନୟନ ପରିଷଦକୁ ୧୭୫.୫ କୋଟି ଟଙ୍କାର ଅତିରିକ୍ତ ଅନୁଦାନ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ସ୍ବତନ୍ତ୍ର ଉନ୍ନୟନ ପରିଷଦ ପାଇଁ ୧୭୫.୫ କୋଟି ଟଙ୍କାର ଅତିରିକ୍ତ ଅନୁଦାନ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି।  ଆଦିବାସୀଙ୍କ ଭାଷା, କଳା, ସଂସ୍କୃତି, ଐତିହ୍ୟର ସଂରକ୍ଷଣ ପାଇଁ ଏହା ଖର୍ଚ୍ଚ ହେବ । ଚଳିତ ବର୍ଷର ସ୍ୱାଭାବିକ ଅନୁଦାନ ୧୭୫.୫ କୋଟି ଟଙ୍କା ସହିତ ଏହି ଅତିରିକ୍ତ ଅନୁଦାନ ମିଳିବ।  ଆଜି ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷମାନଙ୍କ ସହ ଆଲୋଚନା ସମୟରେ ଫାଇଭ ଟି ସଚିବ ଭି.କେ. ପାଣ୍ଡିଆନ ଏହି ସୂଚନା ଦେଇଛନ୍ତି ।

ଏହା ଦ୍ୱାରା ସ୍ବତନ୍ତ୍ର ଉନ୍ନୟନ ପରିଷଦକୁ ଚଳିତ ବର୍ଷ ସମୁଦାୟ ୩୫୧ କୋଟି ଟଙ୍କାର ଅନୁଦାନ ମିଳବ। ଏହି  ଘୋଷଣା ଦ୍ବାରା ଆଭାଷୀ ମାଧ୍ୟମରେ ଉପସ୍ଥିତ ଥିବା ୯ଟି ଜିଲ୍ଲା ପରିଷଦର ଅଧ୍ୟକ୍ଷ ଓ ସମସ୍ତ ସଦସ୍ୟଙ୍କ ମଧ୍ୟରେ ଖୁସିର ଲହରି ଖେଳିଯାଇଥିଲା । ରାଜ୍ୟ ସରକାର ୯ଟି ଜିଲ୍ଲା ଯଥା- କୋରାପୁଟ, ମାଲକାନଗିରି, ଗଜପତି, ମୟୂରଭଞ୍ଜ, ରାୟଗଡା, କେନ୍ଦୁଝର, କନ୍ଧମାଳ,ସୁନ୍ଦରଗଡ ଓ ନବରଙ୍ଗପୁର  ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଗଠନ କରିଛନ୍ତି।

Comments are closed.