କଟକ: ଓଡ଼ିଶା ହାଇକୋର୍ଟର ନୂଆ ବିଚାରପତି ହେଲେ ଆଦିତ୍ୟ କୁମାର ମହାପାତ୍ର। ଏନେଇ କେନ୍ଦ୍ର ଆଇନ ମନ୍ତ୍ରାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଷ୍ଟ୍ରପତିଙ୍କ ଅନୁମୋଦନ ଲାଭ କରିବା ପରେ ଏନେଇ ବିଜ୍ଞପ୍ତି ପ୍ରକାଶିତ ହୋଇଛି। ଆଦିତ୍ୟ ମହାପାତ୍ର ଓଡ଼ିଶା ହାଇକୋର୍ଟରେ ଦୀର୍ଘଦିନ ଧରି ଆଇନଜୀବୀଭାବେ କାର୍ଯ୍ୟ କରୁଥିଲେ। ପୂର୍ବରୁ ସୁପ୍ରିମକୋର୍ଟ କଲେଜିୟମ ତାଙ୍କ ନାମକୁ ପ୍ରସ୍ତାବ ଦେଇଥିଲେ।
ନିକଟରେ ଜଷ୍ଟିସ ମୃଗାଙ୍ଗ ଶେଖର ସାହୁ, ଜଷ୍ଟିସ୍ ରାଧାକୃଷ୍ଣ ପଟ୍ଟନାୟକ ଓ ଜଷ୍ଟିସ ଶଶିକାନ୍ତ ମିଶ୍ର ହାଇକୋର୍ଟ ଜଜଭାବେ ଶପଥ ଗ୍ରହଣ କରିଥିଲେ।
Comments are closed.