Latest Odisha News

BREAKING NEWS

ଆଡଭାନୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ତଥା ଭାରତରତ୍ନ ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ। ବୁଧବାର ବିଳମ୍ବିତ ରାତିରେ ସେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଡାକ୍ତର ସୂଚନା ଦେଇଛନ୍ତି। ବାର୍ଦ୍ଧକ୍ୟଜନିତ ସମସ୍ୟା ଯୋଗୁଁ ସେ ହସ୍ପିଟାସଲରେ ଭର୍ତ୍ତି ହୋଇଥିବା ଜଣାପଡ଼ିଛି। ୯୬ ବର୍ଷୀୟ ଏହି ଭେଟେରାନ ରାଜନେତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି।

ଆଡଭାନୀ ୟୁରୋଲୋଜି ବିଶେଷଜ୍ଞଙ୍କ ତତ୍ତ୍ୱାବଧାନରେ ଚିକିତ୍ସିତ ହେଉଥିବା ଜଣାପଡିଛି।

Comments are closed.