Latest Odisha News

୫୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ ସହକାରୀ ଯନ୍ତ୍ରୀ, ମାଡି ବସିଲା ଭିଜିଲାନ୍ସ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଜଟଣୀ ବ୍ଲକ ଆସିଷ୍ଟାଣ୍ଟ ଇଞ୍ଜିନିୟର। ୫୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ସହକାରୀ ଯନ୍ତ୍ରୀ ନିବେଦିତା ମହାନ୍ତିଙ୍କୁ ଧରିଲା ଭିଜିଲାନ୍ସ। ପୁରୁଣା ବିଲ୍ ପାସ କରାଇ ଦେବାକୁ କହି ଜଣେ ଠିକାଦାରଙ୍କ ଠାରୁ ୫୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ ନିବେଦିତା ।

ଭୁବନେଶ୍ୱର ଖଣ୍ଡଗିରିସ୍ଥିତ ଘରେ ରେଡ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ। ଖଣ୍ଡଗିରି ସ୍ଥିତ ଘରେ ଚଢ଼ାଉ କରିଛି ଭିଜିଲାନ୍ସ। ନିବେଦିତା ମହାନ୍ତିଙ୍କ ଘରେ ସମେତ ଅନ୍ୟ ଦୁଇଟି ଠିକଣାରେ ରେଡ କରିଛି ଭିଜିଲାନ୍ସ। ଚଢାଉ ସମୟରେ ଲାଞ୍ଚ ଟଙ୍କା ମଧ୍ୟ ଜବତ କରାଯାଇଛି।

ତାଙ୍କୁ ମଧ୍ୟ ଅଟକ ରଖି ଅଧିକ ପଚରାଉଚରା କରାଯାଉଛି । କିଛି ଦିନ ତଳେ ଜଟଣୀ ବ୍ଲକରେ ପିସି କାରବାରକୁ ନେଇ ବ୍ଲକ ଅଧ୍ୟକ୍ଷା ଏବଂ ଉପାଧ୍ୟକ୍ଷଙ୍କ ମଧ୍ୟରେ ମତଭେଦ ହୋଇଥିଲା।

 

Comments are closed.