Latest Odisha News

ହସମତୁଲାହ, ଆଜମାତୁଲାହଙ୍କ ଅର୍ଦ୍ଧଶତକ: ଭାରତ ସମ୍ମୁଖରେ ୨୭୩ ରନର ଟାର୍ଗେଟ ରଖିଲା ଆଫଗାନିସ୍ତାନ

ନୂଆଦିଲ୍ଲୀ: ଚଳିତ ବିଶ୍ୱକପରେ ଆଫଗାନିସ୍ତାନ ୨୭୩ ରନର ବିଜୟ ଲକ୍ଷ୍ୟ ଭାରତ ସମ୍ମୁଖରେ ରଖିଛି । ପ୍ରଥମେ ବ୍ୟାଟିଂ କରି ଆଫଗାନିସ୍ତାନ ଟିମ ଅପେକ୍ଷାକୃତ ଭଲ ପ୍ରଦର୍ଶନ କରିଥିଲେ । ହାସମୁତଲ୍ଲା ଶାହୀଦ ୮୦ ଓ ଅଜମୁତାଲ୍ଲା ୬୨ ରନର ଇନିଂସ ଖେଳିଥିଲେ । ଏହି ଦୁଇ ବ୍ୟାଟ୍ସମ୍ୟାନଙ୍କ ବ୍ୟାଟିଂ ବେଳେ ସ୍କୋର ୩୦୦ ପାର କରିବ ବୋଲି ଆଶା କରାଯାଉଥିଲା । ଯଶପ୍ରୀତ ବୁମରାହଙ୍କ ଚମତ୍କାର ବୋଲିଂ ଯୋଗୁ ଦଳ ଏକ ଆଭରେଜ ସ୍କୋର କରିପାରିଥିଲା । ବୁମରାହ ସର୍ବାଧିକ ୪ଟି ୱିକେଟ ନେଇଥିଲେ । ହାର୍ଦ୍ଦିକ ପାଣ୍ଡ୍ୟା ୨ଟି ଏବଂ ଶାର୍ଦ୍ଦୁଳ ଠାକୁର ଓ କୁଲଦୀପ ଯାଦବ ଗୋଟିଏ ଲେଖାଁଏ ୱିକେଟ ହାସଲ କରିଥିଲେ । ଟସ ଜିତି ଆଫଗାନିସ୍ତାନ ପ୍ରଥମେ ବ୍ୟାଟିଂ କରିବା ପାଇଁ ନିଷ୍ପତି ନେଇଥିଲା ।

ପ୍ରଥମ ମ୍ୟାଚରେ ଅଷ୍ଟ୍ରେଲିଆକୁ ପରାସ୍ତ କରି ଭାରତ ତାର ଅଭିଯାନ ଆରମ୍ଭ କରିଥିଲା । ଆଗକୁ ପାକିସ୍ତାନ ବିପକ୍ଷ ହାଇ ଭୋଲଟେଜ ମୁକାବିଲା ପୂର୍ବରୁ ଟିମ ଇଣ୍ଡିଆ ଆଫଗାନିସ୍ତାନ ବିପକ୍ଷରେ ଭଲ ବିଜୟ ହାସଲ କରିବାକୁ ଚାହିଁବ । ଆଫଗାନିସ୍ତାନ ପ୍ରଥମ ମ୍ୟାଚରେ ହାରି ଯାଇଥିବାରୁ ଏହି ମ୍ୟାଚରେ ବିଜୟ ହାସଲ କରିବାକୁ ଚାହିଁବ ।

Comments are closed.