ମୟୂରଭଞ୍ଜ: ବାତ୍ୟା ‘ଦାନା’ କାରଣରୁ ସୁରକ୍ଷା ଦୃଷ୍ଟିକୁ ନଜରରେ ରଖି ବନ୍ଦ କରାଯାଇଥିବା ଶିମିଳିପାଳ ଅଭୟାରଣ୍ୟକୁ ଆଜିଠୁ ପୁଣି ଖୋଲିଦିଆଯାଇଛି । ଫଳରେ ପୁଣି ଥରେ ଶିମିଳିପାଳରେ ପର୍ଯ୍ୟଟକଙ୍କ ସମାଗମ ଆରମ୍ଭ ହୋଇଥିବା ଦେଖିବାକୁ ମିଳିଛି ।
ବାତ୍ୟା ‘ଦାନା’ କାରଣରୁ ଅକ୍ଟୋବର ୨୩ ତାରିଖରୁ ୨୮ ପର୍ଯ୍ୟନ୍ତ ଶିମିଳିପାଳକୁ ସମ୍ପୂର୍ଣ୍ଣ ଭାବେ ବନ୍ଦ ରଖିଥିଲେ କର୍ତ୍ତୃପକ୍ଷ ।
ଶିମିଳିପାଳ କ୍ଷେତ୍ର ନିର୍ଦ୍ଦେଶକ ପ୍ରକାଶ ଚାନ୍ଦ ଗୋଗିନେନିଙ୍କ ସୂଚନା ଅନୁସାରେ, ଶିମିଳିପାଳ ଅଭୟାରଣ୍ୟ ମଧ୍ୟରେ ପ୍ରବଳ ବର୍ଷା ଯୋଗୁଁ ରାସ୍ତାଘାଟରେ ପର୍ଯ୍ୟଟକଙ୍କ ଗାଡ଼ି ଯିବା ସମ୍ଭବପର ନ ଥିଲା । ତେଣୁ ପର୍ଯ୍ୟଟକଙ୍କ ସୁରକ୍ଷା ପାଇଁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ ରହିଥିଲା ।
ଆଉ ଆଜି ପାଗ ଶୁଖିଲା ରହିଥିବାରୁ ଏନେଇ ଅଭୟାରଣ୍ୟକୁ ଖୋଲିବା ସହ ପର୍ଯ୍ୟଟକଙ୍କୁ ପ୍ରବେଶ ପାଇଁ ଅନୁମତି ପ୍ରଦାନ କରାଯାଇଛି ବୋଲି ଶିମିଳିପାଳ କ୍ଷେତ୍ର ନିର୍ଦ୍ଦେଶକ କହିଛନ୍ତି ।
Comments are closed.