Latest Odisha News

BREAKING NEWS

ଦିଲ୍ଲୀ ଗସ୍ତ ସାରି ଓଡ଼ିଶା ଫେରିଲେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ, ସମ୍ବର୍ଦ୍ଧନା ଉତ୍ସବରେ ହେବେ ସାମିଲ

ଭୁବନେଶ୍ୱର: ୩ ଦିନିଆ ନୂଆଦିଲ୍ଲୀ ଗସ୍ତ ସାରି ଓଡ଼ିଶା ଫେରିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ତାଙ୍କ ସହ ୨ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡା ମଧ୍ୟ ଫେରିଛନ୍ତି। ଦିଲ୍ଲୀ ଗସ୍ତରେ ଯାଇ ରାଷ୍ଟ୍ରପତି ଦୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନକଡ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟି ଓଡ଼ିଶାର ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିଛନ୍ତି।

ଏହି ଗସ୍ତରେ ଓଡିଶା ବିକାଶର ଚିତ୍ର ପ୍ରସ୍ତୁତ ହୋଇଥିବା ଚର୍ଚ୍ଚା ହେଉଛି। ସେହିପରି ନିର୍ବାଚନ ସମୟରେ ବିଜେପି ଆୟୁଷ୍ମାନ ଯୋଜନା ଲାଗୁ କରିବା ନେଇ ପ୍ରତିଶ୍ରୃତି ଦେଇଥିଲା। ତେଣୁ ନଡ୍ଡାଙ୍କ ସହ ରାଜ୍ୟରେ ଆୟୁଷ୍ମାନ ଯୋଜନା ଲାଗୁ ନେଇ ଆଲୋଚନା ହୋଇଥିବା ମଧ୍ୟ କୁହାଯାଉଛି। ବିଜେପି ରାଜ୍ୟରେ ପ୍ରଥମ ଥର ପାଇଁ ସରକାର ଗଢିଥିବାରୁ ଶାସନ ଓ ସରକାର ମଧ୍ୟରେ କିଭଳି ସମନ୍ୱୟ ରହିବ ସେନେଇ ଅମିତ ଶାହା ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିବା ଚର୍ଚ୍ଚା ହେଉଛି ।

ଦିଲ୍ଲୀରୁ ଫେରିବା ପରେ ଭୁବନେଶ୍ୱରରେ ଆୟୋଜିତ ବିଜେପିର ସମ୍ବର୍ଦ୍ଧନା ଉତ୍ସବରେ ଯୋଗ ଦେବେ। ଏଥିରେ ଦଳର ସମସ୍ତ ନବ ନିର୍ବାଚିତ ସାଂସଦ ଓ ବିଧାୟକମାନଙ୍କୁ ସମ୍ବର୍ଦ୍ଧନା ଦିଆଯିବ। ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ମୋଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ ଉପସ୍ଥିତ ରହିବେ। ଏହାସହ ମନ୍ତ୍ରିମଣ୍ଡଳର ମନ୍ତ୍ରୀମାନେ ମଧ୍ୟ ଉପସ୍ଥିତ ରହିବେ। ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ହେବାକୁ ଥିବା କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀମାନେ ମଧ୍ୟ ଉପସ୍ଥିତ ରହିବେ। ଏହା ସହିତ ବିଜେପି କର୍ମୀଙ୍କ ସମେତ ପ୍ରାୟ ୧୦ ହଜାର ଲୋକ ଏହି ସଭାରେ ଯୋଗ ଦେବେ ।

Leave A Reply

Your email address will not be published.