Latest Odisha News

BREAKING NEWS

ପବିତ୍ର ରାମନବମୀରେ ରଥକାଠ ଚିରଟର ଶୁଭ ଅନୁକୂଳ

ପୁରୀ: ଆଜି ପବିତ୍ର ରାମନବମୀ ଅବସରରେ ରଥକାଠ ଚିରଟର ଶୁଭ ଅନୁକୂଳ ହେବାର ପରମ୍ପରା ରହିଛି । ଏଥିପାଇଁ ଆଜି ଶ୍ରୀମନ୍ଦିରରୁ ଲାଗି ମାଳ ମହାପ୍ରସାଦ ନେଇ ଏକ ପାଞ୍ଚ ଜଣିଆ ଟିମ କଟକ ଅଭିମୁଖେ ଯାତ୍ରା କରିଛନ୍ତି। କଟକ ଖପୁରିଆସ୍ଥିତ କରତ କଳରେ ଆଜିର ପବିତ୍ର ରାମନବମୀ ତିଥିରେ ମାଳମହାପ୍ରସାଦ ଲାଗି ପରେ ରଥକାଠ ଚିରଟ କାର୍ଯ୍ୟ ଆରମ୍ଭ ହେବ।

ରଥ କାଠ ତତ୍ତ୍ୱାବଧାରକ ସୁଦର୍ଶନ ମେକାପଙ୍କ ନେତୃତ୍ୱରେ ଏହି ପାଞ୍ଚ ଜଣିଆ ଟିମ କଟକରେ ପହଁଚି ଚିରଟ ପ୍ରକ୍ରିୟାର ଅନୁକୂଳ କରିବେ। ତିନୋଟି ଧଉରା କାଠକୁ ଆଜିର ଦିନରେ ମାଳ ମହାପ୍ରସାଦ ଲାଗି କରାଯାଇ ଚିରଟ କାର୍ଯ୍ୟ ଆରମ୍ଭ ହେବ। ଗତ ସରସ୍ବତୀ ପୂଜାରେ ରଥକାଠ ପୂଜାର୍ଚନା କରାଯାଇଥିବା ବେଳେ ଆସନ୍ତା ଅକ୍ଷୟ ତୃତୀୟାରେ ରଥ ନିର୍ମାଣ ଅନୁକୂଳ ହେବାର ପରମ୍ପରା ରହିଛି।

Leave A Reply

Your email address will not be published.