Latest Odisha News

BREAKING NEWS

ଏଣିକି ପାଣିପାଗ ବାବଦରେ ପୂର୍ବାନୁମାନ କରିବ AI

ଭୁବନେଶ୍ୱର: ଆସନ୍ତା ୨ରୁ ୩ ଦିନ ମଧ୍ୟରେ ମୌସୁମୀ ବାୟୁ ସକ୍ରିୟ ହେବ । ଏବେ ଦକ୍ଷିଣ ଓଡ଼ିଶାରେ ମୌସୁମୀ ବାୟୁ ସକ୍ରିୟ ଅଛି । ତେବେ ଏହା ଭିତରେ ବଡ଼ ଖବର ଦେଇଛନ୍ତି ଆଇଏମ୍‌ଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର । ସେ କହିଛନ୍ତି ଯେ, ଏଣିକି ପାଣିପାଗ ସମ୍ପର୍କରେ ପୂର୍ବାନୁମାନ କରିବ AI ।

ଅନ୍ୟପଟେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ୧୬ ତାରିଖ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ଏକ ଲଘୁଚାପ ମଧ୍ୟ ସୃଷ୍ଟି ହୋଇପାରେ । ଏମିତି ହେଲେ ରାଜ୍ୟରେ ମୌସୁମୀ ସକ୍ରିୟ ହେବା ସହ ବର୍ଷାର ପ୍ରଭାବ ବୃଦ୍ଧି ପାଇବ ବୋଲି ଆଶଙ୍କା କରିଛି ପାଣିପାଗ ବିଭାଗ ।

ବର୍ତ୍ତମାନ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେଉଥିବାରୁ ଖରାର ପ୍ରକୋପ କମ୍ ରହିଛି । ଶେଷ ରଜ ଅର୍ଥାତ ୧୬ ତାରିଖରୁ ବର୍ଷାର ପ୍ରଭାବ ବଢ଼ିବା ନେଇ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

Comments are closed.