Latest Odisha News

ବିମାନ ଯାତ୍ରୀଙ୍କ ପାଇଁ ଖୁସି ଖବର; ଭୁବନେଶ୍ୱର-ଝାରସୁଗୁଡାରୁ ଏହି ସହରକୁ ଆରମ୍ଭ ହେବ ବିମାନ ସେବା

ଭୁବନେଶ୍ୱର: ଯୋଗାଯୋଗ ବ୍ୟବସ୍ଥା କୁ ଆହୁରି ସୁଦୃଢ଼ କରିବାକୁ ରାଜ୍ୟ ସରକାର ନୂଆ ପଦକ୍ଷେପ ନେଉଛନ୍ତି । ଭୁବନେଶ୍ୱର ଓ ଝାରସୁଗୁଡ଼ା ବିମାନବନ୍ଦରରୁ ଦେଶର ଆହୁରି ଅଧିକ ସହରକୁ ସିଧାସଳଖ ବିମାନ ଚଳାଚଳ କରିବାକୁ ନିଷ୍ପତ୍ତି ହୋଇଛି । ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରୁ ଆଉ ୫ଟି ସହରକୁ ଓ ଝାରସୁଗୁଡ଼ା ସ୍ଥିତ ବୀରସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ ଆଉ ୪ଟି ସହରକୁ ସିଧାସଳଖ ବିମାନ ସେବା ଉପଲବ୍ଧ ହେବ ।

ତେବେ ଭୁବନେଶ୍ବର ସ୍ଥିତ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରୁ ଇନ୍ଦୋର, ଡେରାଡୁନ୍‌, କୋଚି, ଜୟପୁର, ଲକ୍ଷ୍ନୌକୁ ସିଧା ସଳଖ ବିମାନ ସେବା ଆରମ୍ଭ ହେବାକୁ ଥିବାବେଳେ, ଝାରସୁଗୁଡା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ ରାୟପୁର, ହାଇଦ୍ରାବାଦ, ଲକ୍ଷ୍ନୌ ଓ ମୁମ୍ବାଇକୁ ସିଧାସଳଖ ବିମାନ ସେବା ଆରମ୍ଭ ହେବ । ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜ ସୋସିଆଲ ମିଡିଆ ଆକାଉଣ୍ଟ ‘ଏକ୍ସ’ରେ ଏହି ସୂଚନା ଦେଇଛନ୍ତି ।

ଏହା ଦ୍ବାରା ରାଜ୍ୟର ଅର୍ଥନୈତିକ ବିକାଶକୁ ନୂଆ ଦିଗ ଦେବ । ରାଜ୍ୟରେ ଯୋଗାଯୋଗ ବ୍ୟବସ୍ଥା ସୁଦୃଢ଼ ହେବା ସହ ପ୍ରଗତି ପଥ ଆହୁରି ପ୍ରଶସ୍ତ ହେବ ମୁଖ୍ୟମନ୍ତ୍ରୀ କହିଛନ୍ତି ।

Leave A Reply

Your email address will not be published.