Latest Odisha News

BREAKING NEWS

ବର୍ଷା ଆଲର୍ଟ, ଜିଲ୍ଲାପାଳଙ୍କୁ ଏସ୍‌ଆର୍‌ସିଙ୍କ ଚିଠି

ଭୁବନେଶ୍ୱର: ଉତ୍ତର ବଙ୍ଗପୋସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇଛି । ଏହାର ପ୍ରଭାବରେ ଆଗାମୀ ୫ରୁ ୬ ଦିନ ୧୮ଟି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ତେବେ ରାଜ୍ୟରେ ବର୍ଷା ନେଇ ସବୁ ଜିଲ୍ଲାପାଳଙ୍କୁ ଏସଆରସି ପ୍ରଦୀପ ଜେନା ଚିଠି ଲେଖିଛନ୍ତି । ସବୁ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ଚିଠିରେ ଉଲ୍ଲେଖ କରିଛନ୍ତି ଏସଆରସି । ଏହାସହ ତଳିଆ ଅଞ୍ଚଳର ସ୍ଥିତି ଉପରେ ନଜର ରଖିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ।

ଜଳବନ୍ଦୀ ସ୍ଥାନରେ ସ୍ଥିତିର ମୁକାବିଲା ପାଇଁ ସଜାଗ ରହିବାକୁ ମଧ୍ୟ ସେ କହିଛନ୍ତି । କେଉଁ ଜିଲ୍ଲାରେ ବର୍ଷାର ସ୍ଥିତି କଣ ରହିବ ସେନେଇ ସଜାଗ କରିଛନ୍ତି । ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି ନେଇ ମଧ୍ୟ ଚିଠିରେ ସୂଚନା ଦିଆଯାଇଛି ।

ଉଲ୍ଲେଖଯୋଗ୍ୟ ଯେ ଉତ୍ତର ବଙ୍ଗୋପସାଗରରେ ଆଜି ଲଘୁଚାପ ସୃଷ୍ଟି ହୋଇଛି । ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ତିନି ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଏହାସହ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି ।

Leave A Reply

Your email address will not be published.