Latest Odisha News

BREAKING NEWS

ପୁଅ କହିଲେ ଝିଅ ଦେଲେ : କ୍ୟାପିଟାଲ ହସ୍ପିଟାଲରେ ଶିଶୁ ଅଦଳବଦଳ ଅଭିଯୋଗ, ତଦନ୍ତ ନିର୍ଦ୍ଦେଶ ଦେଲେ ନିର୍ଦ୍ଦେଶକ

ଭୁବନେଶ୍ବର: କ୍ୟାପିଟାଲ ହସ୍ପିଟାଲରେ ଶିଶୁ ଅଦଳବଦଳ ଅଭିଯୋଗ ହୋଇଛି । ପୁଅ ହୋଇଛି କହି ଝିଅ ଧରାଇବା ଭଳି ସାଂଘାତିକ ଅଭିଯୋଗ ଆସିଛି । ରାଜକନିକା ଅଞ୍ଚଳର ଜଣେ ବ୍ୟକ୍ତି ଏହି ଅଭିଯୋଗ ଆଣିଛନ୍ତି । କାଲି ରାତି ସାଢେ ୧୦ ଟାରେ ପୁଅ ହେଲା ବୋଲି ସୂଚନା ଦେଇଥିଲେ । ମାତ୍ର ଫଟୋ ଉଠାଇବାବେଳେ ସେ ଝିଅ ହୋଇଥିବା ଦେଖିଥିଲେ ।

ଡିଏନଏ ଟେଷ୍ଟ ହେଉ, ରିପୋର୍ଟ ନ ଆସିବା ପର୍ଯ୍ୟନ୍ତ ମାଆ ଓ ଛୁଆଙ୍କୁ ନେବିନି ବୋଲି ସେହି ବ୍ୟକ୍ତି ଜଣଙ୍କ କହିଛନ୍ତି । ହସ୍ପିଟାଲ ନିର୍ଦ୍ଦେଶକଙ୍କ ନିକଟରେ ସମ୍ପୃକ୍ତ ବ୍ୟକ୍ତି ଜଣକ ଅଭିଯୋଗ କରିଛନ୍ତି । ଅଭିଯୋଗକୁ ଗ୍ରହଣ କରି ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ  । ସୁପରିଟେଣ୍ଡେଣ୍ଟ ଙ୍କ ନେତୃତ୍ବରେ ଏକ ଟିମ୍ ଏହାର ତଦନ୍ତ କରିବ  । ଦରକାର ପଡିଲେ ଟିମ୍ ଟେଷ୍ଟ ମଧ୍ୟ କରାଯିବ ବୋଲି କହିଛନ୍ତି ନିର୍ଦ୍ଦେଶକ  । ଅନ୍ୟପଟେ ପିଲା ଅଦଳବଦଳ ନେଇ ପରିବାର ପକ୍ଷରୁ ଥାନାରେ ଦିଆଯାଇଛି ।

Leave A Reply

Your email address will not be published.