Latest Odisha News

BREAKING NEWS

ଅମ୍ଫାନ୍ ପ୍ରଭାବ: ଏହି ୯ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ସୁପର୍ ସାଇକ୍ଲୋନ୍ ‘ଅମ୍ଫାନ୍‌’ ପ୍ରଭାବରେ ବୁଧବାର ଦିନ ୯ଟି ଜିଲ୍ଲାରେ ପ୍ରବଳ ବୃଷ୍ଟିପାତ ହେବାର ସମ୍ଭାବନା ହେବା ନେଇ ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ର ସତର୍କ ସୂଚନା ପ୍ରଦାନ କରିଛି ।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ରାଜ୍ୟର ଉପକୂଳବର୍ତ୍ତୀ ୯ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ । ସେହି ଜିଲ୍ଲା ଗୁଡ଼ିକ ହେଲା – ଯାଜପୁର, ଜଗତସିଂହପୁର, ଢେଙ୍କାନାଳ, କଟକ, ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର ଏବଂ କେନ୍ଦ୍ରାପଡ଼ା ଜିଲ୍ଲା ।

ଏହିସବୁ ଜିଲ୍ଲାଗୁଡ଼ିକର ଗୋଟିଏ ଓ ଦୁଇଟି ସ୍ଥାନରେ କିମ୍ବା ସାରା ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ଦିନ ସାଢେ ଗୋଟାଏ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ପ୍ରଦାନ କରିଛନ୍ତି ।

Leave A Reply

Your email address will not be published.