ସୁବର୍ଣ୍ଣପୁର: ନିଆଁ ଲାଗି ଜଳିଗଲା ଅଟୋ । ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ କପାସିରାରେ ଏହି ଘଟଣା ଦେଖିବାକୁ ମିଳିଛି । ନିଆଁ ଲାଗିବାରୁ ଅଟୋ ସମ୍ପୂର୍ଣ୍ଣ ପୋଡିଯାଇଛି । କପାସିରା ଗ୍ରାମର କୁମାର ସାହୁ ବଗର୍ତୀଙ୍କ ଏହି ଅଟୋ । ସେ ଗତକାଲି ସଂଧ୍ୟାରେ ଗାଁ ନିକଟ ନାଳ ପାଖରେ ଅଟୋକୁ ରଖି ଶୌଚ ପାଇଁ ଯାଇଥିଲେ । ଫେରିବା ବେଳକୁ ଅଟୋ ହୁତୁ ହୁତୁ ଜଳୁଥିବା ଦେଖିବାକୁ ପାଇଥିଲେ । ସେ ତୁରନ୍ତ ଉଲୁଣ୍ଡା ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଂଚି ନିଆଁକୁ ଆୟତ୍ତ କରିଥିଲେ ମଧ୍ୟ ତାହା ସମ୍ପୂର୍ଣ୍ଣ ଭାବେ ଜଳିଯାଇଥିଲା । ତେବେ କେଉଁ କାରଣରୁ ନିଆଁ ଲାଗିଲା ତାହା ଏଯାଏଁ ସ୍ପଷ୍ଟ ହୋଇନାହିଁ ।
BREAKING NEWS
- Rubio meets Jaishankar: ଭାରତର ପ୍ରଶଂସାରେ ଆମେରିକା ବୈଦେଶିକ ମନ୍ତ୍ରୀ, କହିଲେ, ‘ବିଶୋଧନକାରୀ ମହାଶକ୍ତି’, ଜୟଶଙ୍କର-ରୁବିଓଙ୍କ ମଧ୍ୟରେ ହେଲା ବଡ ବୈଠକ!
- Deepveer baby Devi: ନବମୀରେ ଦୀପିକା-ରଣବୀରଙ୍କ ଘରକୁ ଆସିଲେ ମା’ ଦୁର୍ଗା, ନାଁ ରଖିଲେ ‘ଦେବୀ’!
- ଆସୁଛି ଆଉ ଏକ ଲଘୁଚାପ, ଜାଣନ୍ତୁ ଓଡ଼ିଶାରେ ପ୍ରଭାବ…
- କୋଟିଆ ଉପରେ ନିୟମିତ ନଜର ରଖିବେ ଜିଲ୍ଲାପାଳ ଓ SP
- ରାଜଧାନୀରେ ଦୁର୍ଗାପୂଜା ଭସାଣୀରେ ବାଜିବନି DJ
- ପୂର୍ବତନ କ୍ରିକେଟର ତଥା ସାଂସଦ ୟୁସୁଫ ପଠାଣଙ୍କୁ ଗୁଜୁରାଟ ସରକାରଙ୍କ ବଡ ଉପହାର
- ବିସ୍କୁଟରେ ମିଶୁଛି ଚୋକଡ, କ୍ଷୀରରେ ଡ଼ିଟରଜେଣ୍ଟ; ଏଫଏସଏସଏଆଇ ବଡ଼ କାର୍ଯ୍ୟାନୁଷ୍ଠାନ…
- ଭୁବନେଶ୍ୱର ବିମାନବନ୍ଦରରୁ ୩ କୋଟିର ଗଞ୍ଜେଇ ଜବତ, ୩ ଅଟକ…
- ଟାଇଗର ଶ୍ରଫ୍ଙ୍କୁ ଫାୟାରିଂ ପଛର ସତ୍ୟ ବାହାର କଲା ପୋଲିସ: ଚାକିରି ଓ ଟଙ୍କା ଲୋଭରେ କରାଯାଇଥିଲା ଆକ୍ରମଣ
- ଦେଶବାସୀଙ୍କୁ ମୋହନ ଭାଗବତଙ୍କ ସମ୍ୱୋଧନ: କହିଲେ, ଏକତା ଓ ପ୍ରଗତି ରାସ୍ତାରେ ଆମେ ଆଗକୁ ବଢ଼ିବା ଦରକାର

Comments are closed.