Andhra Bus Tragedy: କୁର୍ଣ୍ଣୁଲ ବସ୍ ଟ୍ରାଜେଡି: ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ, ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା
ହାଇଦ୍ରାବାଦ: ଆନ୍ଧ୍ରପ୍ରଦେଶ କୁର୍ଣ୍ଣୁଲ ଜିଲ୍ଲାରେ ହାଇଦ୍ରାବାଦ-ବେଙ୍ଗାଲୁରୁ ହାଇୱେରେ ବସରେ ନିଆଁ ଲାଗିଯିବାରୁ ୨୦ ଜଣଙ୍କ ଜୀବନ ଚାଲିଯାଇଛି। ଆନ୍ଧ୍ରର କୁର୍ଣ୍ଣୁଲ ଜିଲ୍ଲା ଚିନ୍ନା ଟେକୁରୁ ଗାଁ ନିକଟରେ ଅଘଟଣ ଘଟଛି। ଏହି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଏବଂ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ । ଏହି ଘଟଣାରେ ଆର୍ଥିକ ସହାୟତା ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ। ପ୍ରଧାନମନ୍ତ୍ରୀ ମୃତକଙ୍କ ପରିବାରକୁ ୨ ଲକ୍ଷ ଏବଂ ଆହତଙ୍କୁ ୫୦ ହଜାର ରାଶି ନେଇ ଘୋଷଣା କରିଛନ୍ତି ।
ବସରେ ପାଖାପାଖି ୪୦ ରୁ ଅଧିକ ଯାତ୍ରୀ ଥିଲେ । ଆଗକୁ ମୃତ୍ୟୁ ସଂଖ୍ୟା ବଢିବ ବୋଲି ଆଶା କରାଯାଉଛି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି ଯେ ଆନ୍ଧ୍ରପ୍ରଦେଶର କୁର୍ଣ୍ଣୁଲରେ ଏକ ମର୍ମନ୍ତୁଦ ବସ୍ ଅଗ୍ନିକାଣ୍ଡ ଦୁର୍ଘଟଣାରେ ପ୍ରାଣହାନି ଅତ୍ୟନ୍ତ ଦୁର୍ଭାଗ୍ୟଜନକ । ମୁଁ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି ଏବଂ ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି ।
ସେହିପରି ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ ମଧ୍ୟ ସମବେଦନା ଜଣାଇଛନ୍ତି । ଆନ୍ଧ୍ରପ୍ରଦେଶର କୁର୍ଣ୍ଣୁଲ ଜିଲ୍ଲାରେ ଏକ ଦୁର୍ଘଟଣାରେ ପ୍ରାଣହାନି ଯୋଗୁଁ ଅତ୍ୟନ୍ତ ମର୍ମାହତ । ଏହି କଷ୍ଟକର ସମୟରେ ସେମାନଙ୍କ ପରିବାର ପ୍ରତି ମୋର ସମବେଦନା। ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି ।
ହାଇଦ୍ରାବାଦରୁ ବେଙ୍ଗାଲୁରୁ ଯାଉଥିବା ଏକ କାବେରୀ ଟ୍ରାଭେଲ୍ସ ବସରେ ହଠାତ୍ ଲାଗିଥିଲା ନିଆଁ । ବାଇକ୍ ସହ ଧକ୍କା ହେବାରୁ ବସରେ ହଠାତ୍ ନିଆଁ ଲାଗିଯାଇଥିଲା । ବସଟି କିଛି ମିନିଟ୍ ମଧ୍ୟରେ ପାଉଁଶ ହୋଇଗଲା । ସମସ୍ତ ଆହତଙ୍କୁ ଚିକିତ୍ସା ପାଇଁ କର୍ଣ୍ଣୁଲ ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
Comments are closed.