Latest Odisha News

[ଭିଡ଼ିଓ] ଓଡ଼ିଶାରେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ

ଭୁବନେଶ୍ୱର: ଓଡ଼ିଶାରେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇଏସ୍ ଜଗନ ମୋହନ ରେଡ୍ଡୀ । ଭୁବନେଶ୍ୱର ବିମାନବନ୍ଦରରେ ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କୁ ଓଡ଼ିଶା ସରକାରଙ୍କ ପକ୍ଷରୁ ଭବ୍ୟ ସ୍ୱାଗତ କରାଯାଇଛି । ବିମାନବନ୍ଦରରୁ ସିଧା ରାଜ୍ୟ ଅତିଥି ଭବନ ପରେ ଲୋକସେବା ଭବନ ପହଞ୍ଚିଛନ୍ତି ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହିତ ବିଭିନ୍ନ ପ୍ରସଙ୍ଗରେ ଲୋକସେବା ଭବନରେ ଆଲୋଚନା କରିଛନ୍ତି । ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡିଙ୍କ ସହିତ ଆନ୍ଧ୍ରର ବହୁ ବରିଷ୍ଠ ଅଧିକାରୀମାନେ ମଧ୍ୟ ଆସିଛନ୍ତି ।

୨ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କୋଟିଆ ସୀମା ବିବାଦ, ପୋଲାଭରମ ସହ ନେରେଡି ପ୍ରକଳ୍ପ ବାବଦରେ ଆଲୋଚନା ଗୁରୁତ୍ୱ ଦିଆଯାଇଛି । ଦୁଇ ନେତା ପ୍ରାୟ ୪୫ ମିନିଟ୍ ଧରି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବାକୁ ଥିବାବେଳେ ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଛି କମିଶନରେଟ୍ ପୋଲିସ ।

 

Leave A Reply

Your email address will not be published.