ପୁରୀ: ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡ଼ାଇବା ମାମଲା । ଅଭିଯୁକ୍ତ ଅନିମେଶ ଚକ୍ରବର୍ତ୍ତୀଙ୍କୁ ପୋଲିସ ଆଜି କୋର୍ଟ ଚାଲାଣ କରିବ ବୋଲି ଜଣାପଡ଼ିଛି। ସିଟି ଡିଏସ୍ପି କେକେ ହରିପ୍ରସାଦଙ୍କ ନେତୃତ୍ୱରେ ଚଢ଼ଉ କରାଯାଇ ଅନିମେଶଙ୍କୁ ଗିରଫ କରାଯାଇଥିଲା। ଫଳରେ ଗତ ୧୮ ତାରିଖ ଦିନ ଅନିମେଶ ଚକ୍ରବର୍ତ୍ତୀଙ୍କୁ ଗିରଫ କରିଥିଲା ପୋଲିସ ।
କୋଲକାତାର ଅନିମେଶ ଚକ୍ରବର୍ତ୍ତୀ ଗତ ତିନି ମାସ ତଳେ ପୁରୀ ଆସିଥିବାବେଳେ ନୋ ଫ୍ଲାଇଂ ଜୋନ୍ରେ ଡ୍ରୋନ୍ ଉଡ଼ାଇ ଶ୍ରୀମନ୍ଦିର ଭିତରବେଢ଼ାର ଫଟୋ ଭିଡ଼ିଓ ଅନିମେଶ ନିଜ ୟୁନିଫାଏଡ୍ ଅନିମେଶ ନାଁରେ ଏକ ୟୁ-ଟ୍ୟୁବ ଚ୍ୟାନେଲ୍ରେ ନଭେମ୍ବର ୧୯ ତାରିଖରେ ଅପଲୋଡ୍ କରିଥିଲେ। ଏପରିକି ଭିଡ଼ିଓର ଗୋଟିଏ ଫୁଟେଜ ନେଇ ୨୦ ହଜାର ଟଙ୍କା ଦାବି କରିଥିଲେ। ଏ
ନେଇ ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ ହେବା ପରେ ଶ୍ରୀମନ୍ଦିର ସୁରକ୍ଷା ପ୍ରଶାସକ ଘଟଣାର ତଦନ୍ତ ଆରମ୍ଭ କରିଥିଲା ଏହାସହ ସିଂହଦ୍ବାର ଥାନାରେ ଏନେଇ ଏତଲା ଦିଆଯିବା ପରେ ତଦନ୍ତ ଆରମ୍ଭ ହୋଇଥିଲା। ଏତଲା ପରେ ଅନିମେଶ ଚାରିକୋଟି ଜନତାଙ୍କୁ କ୍ଷମା ପ୍ରାର୍ଥନା କରିଥିଲେ। ଏବଂ ଆଗୁଆ ଜାମିନ ପାଇ ହାଇକୋର୍ଟର ଦ୍ବାରସ୍ଥ ହୋଇଥିଲେ ଅନିମେଶ। ପରେ ଜାନୁଆରୀ ୭, ୨୦୨୩ରେ ଅନିମେଶଙ୍କ ଆଗୁଆ ଜାମିନ ହାଇକୋର୍ଟ ଖାରଜ କରିଥିଲେ।
ତେବେ ଘଟଣାକୁ ନେଇ ସରକାରଙ୍କ ତରଫରୁ ଏଏସସି ମନୋଜ କୁମାର ମହାନ୍ତି ମାମଲା ପରିଚାଳନା କରିଥିଲେ। ଯାହାଫଳରେ ଆଜି ସିଟିଡିଏସ୍ପି କେକେ ହରିପ୍ରସାଦଙ୍କ ନେତୃତ୍ୱରେ ଚଢ଼ଉ କରାଯାଇ ଅନିମେଶଙ୍କୁ ଗିରଫ କରାଯାଇଥିବା ବେଳେ ଆଜି କୋର୍ଟ ଚାଲାଣ କରାଯିବ ବୋଲି ଜଣାପଡ଼ିଛି ।