Latest Odisha News

BREAKING NEWS

ରାଜ୍ୟରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର : ରାଜ୍ୟରେ ଦ୍ରୁତ ଗତିରେ ବ୍ୟାପୁଛି କରୋନା ମହାମାରୀ । ସଂକ୍ରମଣ ଯେତିକି ବ୍ୟାପୁଛି, ସେହି ଅନୁସାରେ ସୁସ୍ଥ ବି ହେଉଛନ୍ତି ଆକ୍ରାନ୍ତ । ଆଜି ରାଜ୍ୟରୁ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ୧୦ ହଜାର ୭୮୧ କରୋନା ଆକ୍ରାନ୍ତ ସୁସ୍ଥ ହେବା ପରେ ଘରକୁ ଫେରିଛନ୍ତି । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ।

ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୬୦୫ ଜଣ ଅଛନ୍ତି । ସେହିପରି ସୁନ୍ଦରଗଡ଼ରୁ ୧୧୮୬, କଟକରୁ ୯୬୬, କଳାହାଣ୍ଡିରୁ ୫୬୬, ଅନୁଗୁଳରୁ ୫୫୭, ବରଗଡ଼ରୁ ୫୩୦, ସମ୍ବଲପୁରରୁ ୪୫୮, ଝାରସୁଗୁଡ଼ାରୁ ୪୨୨, ପୁରୀରୁ ୩୬୬, ନବରଙ୍ଗପୁରରୁ ୩୪୨, ଗଞ୍ଜମାରୁ ୨୮୫, ନୟାଗଡ଼ରୁ ୨୬୭, ବଲାଙ୍ଗିରରୁ ୨୫୮, ମୟୂରଭଞ୍ଜରୁ ୨୫୭, ନୂଆପଡ଼ାରୁ ୨୫୬, ବୌଦ୍ଧରୁ ୨୫୧ ଜଣ ସୁସ୍ଥ ହୋଇଛନ୍ତି ।

ଏହାସହ କୋରାପୁଟରୁ ୨୧୮, କେନ୍ଦୁଝରରୁ ୨୦୬, ଯାଜପୁରରୁ ୧୭୭, ଢେଙ୍କାନାଳରୁ ୧୬୩, ଭଦ୍ରକରୁ ୧୫୭, ଜଗତସିଂହପୁରରୁ ୧୪୭, ସୋନପୁରରୁ ୧୪୪, କେନ୍ଦ୍ରାପଡ଼ାରୁ ୧୪୩, ରାୟଗଡ଼ାରୁ ୧୩୧, ଦେବଗଡ଼ରୁ ୧୧୦, ବାଲେଶ୍ବରରୁ ୯୭, ଗଜପତିରୁ ୯୧, କନ୍ଧମାଳରୁ ୭୬, ମାଲକାନଗିରିରୁ ୬୭ ଓ ଷ୍ଟେଟ୍ ପୁଲରୁ ୨୮୨ ଜଣ ସୁସ୍ଥ ହୋଇଛନ୍ତି । ଆଜିର ସଂଖ୍ୟାକୁ ମିଶାଇ ରାଜ୍ୟରେ ଏପର୍ଯ୍ୟନ୍ତ ସୁସ୍ଥ ହେଲେଣି ୫ ଲକ୍ଷ ୨ ହଜାର ୪୫୫ ଜଣ ଆକ୍ରାନ୍ତ ।

Leave A Reply

Your email address will not be published.