Latest Odisha News

BREAKING NEWS

ସୁସ୍ଥ ହେଲେ ଆଉ ୧୩୭ ସଂକ୍ରମିତ

ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୧୩୭ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଆରୋଗ୍ୟ ଲାଭ କରିଥିବା ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୪୭୪୩ରେ ପହଁଚିଛି ।

ରବିବାର ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମର ସର୍ବାଧିକ ୩୩ଜଣ ଅଛନ୍ତି । ସେହିପରି ଖୋର୍ଦ୍ଧାରୁ ୨୯, କଟକରୁ ୨୨, ବାଲେଶ୍ୱରରୁ ୧୩, ଯାଜପୁରରୁ ୯, କଳାହାଣ୍ଡିରୁ ୬ , ଭଦ୍ରକରୁ ୪, ମୟୂରଭଞ୍ଜ, ନୟାଗଡ ଓ ପୁରୀରୁ ୩ଜଣ ଲେଖାଏଁ ରହିଛନ୍ତି । ବୌଦ୍ଧ, ବରଗଡ, ଝାରସୁଗୁଡା ଓ କେନ୍ଦ୍ରାପଡାରୁ ୨ ଜଣ ଲେଖାଏଁ ଏବଂ ଅନୁଗୋଳ, ବଲାଙ୍ଗୀର, ଜଗତସିଂପୁର ଓ ନୂଆପଡାରୁ ଜଣେ ଲେଖାଏଁ ଆରୋଗ୍ୟ ଲାଭ କରିଛନ୍ତି ।

ଆଜି ରାଜ୍ୟରେ ଆଉ ୨୬୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୬୧୪ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୩୪ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ୩୦ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି ।

Leave A Reply

Your email address will not be published.