Latest Odisha News

BREAKING NEWS

ସୁସ୍ଥ ହେଲେ ଆଉ ୧୪୯ ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୫୫୦୨

ଭୁବନେଶ୍ୱର: ରାଜ୍ୟରେ ସଂକ୍ରମିତଙ୍କ ତୁଳନାରେ ବଢ଼ୁଛି ସୁସ୍ଥ ସଂଖ୍ୟା । ଆଜି ପୁଣି ଆଉ ୧୪୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୫୫୦୨ରେ ପହଂଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି।

ଆଜି ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଳାର ସର୍ବାଧିକ ୪୯ ଜଣ ଅଛନ୍ତି । ସେହିପରି ଖୋର୍ଦ୍ଧାରୁ ୨୪, ମୟୂରଭଞ୍ଜରୁ ୧୪, କଟକରୁ ୧୩, କଳାହାଣ୍ଡି ଓ କେନ୍ଦ୍ରାପଡାରୁ ୬ଜଣ ଲେଖାଏଁ, ରାୟଗଡାରୁ ୫ ଜଣ, ଅନୁଗୋଳ, ଝାରସୁଗୁଡା ଓ ସୁନ୍ଦରଗଡରୁ ୪ଜଣ ଲେଖାଏଁ ଆରୋଗ୍ୟ ଲାଭ କରିଛନ୍ତି । ସେହିପରି ବଲାଙ୍ଗୀର, ଭଦ୍ରକ, ଯାଜପୁର ଓ ପୁରୀରୁ ୩ଜଣ ଲେଖାଏଁ, ବାଲେଶ୍ୱର, ନୟାଗଡ ଓ ଜଗତସିଂପୁରରୁ ୨ଜଣ ଲେଖାଏଁ ଓ ବରଗଡ ଓ କୋରାପୁଟରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି ।

ଗୁରୁବାର ରାଜ୍ୟରେ ଆଉ ୨୨୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୫୪୫ରେ ପହଞ୍ଚିଛି ।

Leave A Reply

Your email address will not be published.