Latest Odisha News

BREAKING NEWS

ସୁସ୍ଥ ହେଲେ ଆଉ ୧୬୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ବୁଧବାର ରାଜ୍ୟରେ ଆଉ ୧୬୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ଲାଭ କରିଥିବା ଆକ୍ରାନ୍ତଙ୍କ ସଂଖ୍ୟା ୫୩୫୩ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ କରି ସୂଚନା ଦେଇଛି ।

ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମର ୪୮ ଜଣ ଥିବା ବେଳେ ଜଗତସିଂପୁରର ୩୧, ବାଲେଶ୍ୱରରୁ ୨୬, କଟକରୁ ୨୫, ଯାଜପୁରରୁ ୧୨, ଖୋର୍ଦ୍ଧାରୁ ୧୨, କେନ୍ଦ୍ରାପଡା ଓ ସୁନ୍ଦରଗଡରୁ ୩ ଜଣ ଲେଖାଏଁ ଓ କେଉଁଝରରୁ ୨ ଜଣ ରହିଛନ୍ତି । ସେହିପରି ଭାଦ୍ରକ ଓ ନାୟାଗଡରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି । ବୁଧବାର ରାଜ୍ୟରେ ଆଉ ୨୫୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୩୧୬ରେ ପହଞ୍ଚିଛି ।

Leave A Reply

Your email address will not be published.