Latest Odisha News

ଭଲ ଖବର: ସୁସ୍ଥ ହେଲେ ଆଉ ୧୮୪ ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ତୁଳନାରେ ବଢ଼ି ଚାଲିଛି ସୁସ୍ଥ ସଂଖ୍ୟା । ଆଜି ରାଜ୍ୟରେ ୧୮୪ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ଲାଭ କରିଥିବା ଆକ୍ରାନ୍ତଙ୍କ ସଂଖ୍ୟା ୪୬୦୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି ।


ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମର ସର୍ବାଧିକ ୪୮ଜଣ ଅଛନ୍ତି । ସେହିପରି ଖୋର୍ଦ୍ଧାରୁ ୪୫, ବାଲେଶ୍ୱରରୁ ୩୧, ଗଜପତିରୁ ୧୨, ଭଦ୍ରକରୁ ୧୦ ଜଣ ସୁସ୍ଥ ହୋଇଛନ୍ତି । ଜଗତସିଂପୁରର ୬, ଝାରସୁଗୁଡାରୁ ୬, କେନ୍ଦ୍ରାପଡା ଓ ପୁରୀରୁ ୫ ଜଣ ଲେଖାଏଁ, ସୁନ୍ଦରଗଡରୁ ୪, ବଲାଙ୍ଗୀର ଓ କେଉଁଝରରୁ ୩, କଟକରୁ ୨, ଅନୁଗୁଳ, ଯାଜପୁର, କନ୍ଧମାଳ ଓ ମୟୂରଭଞ୍ଜରୁ ଜଣେ ଲେଖାଏଁ ଆରୋଗ୍ୟ ଲାଭ କରିଛନ୍ତି ।

ଆଜି ସକାଳେ ରାଜ୍ୟରେ ଆଉ ୧୭୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୩୫୦ରେ ପହଞ୍ଚିଛି ।

Leave A Reply

Your email address will not be published.