Latest Odisha News

ସୁସ୍ଥ ହେଲେ ଆଉ ୨୬୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆଜି ପୁଣି ଗୋଟିଏ ଦିନରେ ରାଜ୍ୟରେ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୬୨ ଜଣ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ କରୋନାରୁ ଆରୋଗ୍ୟ ଲାଭ କରିଥିବା ସଂକ୍ରମିତଙ୍କ ମୋଟ ସଂଖ୍ୟା ୬୪୮୬ରେ ପହଂଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି ।

ଆଜି ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଗଂଜାମର ସର୍ବାଧିକ ୭୩ ଜଣ ଅଛନ୍ତି । ସେହିପରି ଗଜପତିରୁ ୪୯, ଜଗତସିଂହପୁରରୁ ୨୫, ରାୟଗଡ଼ାରୁ ୧୬, କଟକରୁ ୧୫, ବରଗଡ଼ରୁ ୧୪, ଖୋର୍ଦ୍ଧାରୁ ୧୩, ଭଦ୍ରକରୁ ୧୨, ପୁରୀରୁ ୧୨, କେନ୍ଦ୍ରାପଡ଼ାରୁ ୮, ଯାଜପୁରରୁ ୪, ସୁନ୍ଦରଗଡ଼ରୁ ୪, ଅନୁଗୁଳରୁ ୩, ବାଲେଶ୍ୱରରୁ ୩, ନୟାଗଡ଼ରୁ ୩, ନବରଙ୍ଗପୁରରୁ ୩, ବୌଦ୍ଧ, ଝାରସୁଗୁଡ଼ା, କଳାହାଣ୍ଡି, କୋରାପୁଟ ଓ ମୟୁରଭଞ୍ଜରୁ ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

Leave A Reply

Your email address will not be published.