Latest Odisha News

ବାଲେଶ୍ୱରରୁ ୩ ନୂଆ କରୋନା ପଜିଟିଭ ଚିହ୍ନଟ, ସମସ୍ତେ ପଶ୍ଚିମବଙ୍ଗ ଫେରନ୍ତା

ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସମସ୍ତ ଆକ୍ରାନ୍ତ ବାଲେଶ୍ୱରର । ସମ୍ପୃକ୍ତ ୩ ଜଣ ପୁରୁଷ ଥିବାବେଳେ ସେମାନଙ୍କ ବୟସ ୪୪, ୬୧ ଓ ୬୩ ବର୍ଷ ରହିଛି । ସମସ୍ତେ ପଶ୍ଚିମବଙ୍ଗ ଫେରନ୍ତା । ଏମାନେ କ୍ୱାରେଣ୍ଟାଇନରେ ଥିଲେ ।

ସେମାନେ କାହା କାହା ସଂସ୍ପର୍ଶରେ ଆସିଛନ୍ତି ତାହାର କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି । ତେବେ ଏହି ନୂଆ କରୋନା ଆକ୍ରାନ୍ତଙ୍କୁ ମିଶାଇ ବାଲେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୧୯କୁ ଛୁଇଁଥିବାବେଳେ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ଟ୍ୱିଟ୍ କରି ଜଣାଇଛି ।

ଆଜି ସକାଳୁ ୩ ନୂଆ ଜିଲ୍ଲାରୁ ୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ । ଏହାକୁ ମିଶାଇ ଆଜି ଗୋଟିଏ ଦିନରେ ୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ରାଜ୍ୟର ମୋଟ ପଜିଟିଭ ସଂଖ୍ୟା ୧୨୫, ସକ୍ରିୟ ସଂଖ୍ୟା ୮୫ ଥିବାବେଳେ ୩୯ ଜଣ ସୁସ୍ଥ ଅଛନ୍ତି । ଜଣଙ୍କର ମୃତ୍ୟୁ ହୋଇଛି ।

Leave A Reply

Your email address will not be published.