Latest Odisha News

BREAKING NEWS

ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ବଢ଼ିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଯାହା ସମସ୍ତଙ୍କ ଚିନ୍ତା ବଢ଼ାଇ ଦେଇଛି । ଏହାରି ଭିତରେ ଆସିଛି ଏକ ଆଶ୍ୱସ୍ତିକର ଖବର । ରାଜ୍ୟରେ ଆଉ ୩୬ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି ।

ସୁସ୍ଥ ହୋଇଥିବା ସମ୍ପୃକ୍ତ ୩୬ ଜଣଙ୍କ ମଧ୍ୟରେ ଅଛନ୍ତି ଗଂଜାମର ୨୩, ଯାଜପୁରର ୫, ମୟୂରଭଂଜର ୩, ପୁରୀ ଏବଂ ଭଦ୍ରକର ୨ ଜଣ ଲେଖାଏଁ ଏବଂ ରାଉରକେଲାର ଜଣେ । ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥଙ୍କ ସଂଖ୍ୟା ୩୪୩ରେ ପହଂଚିଲା ।

Leave A Reply

Your email address will not be published.