Latest Odisha News

BREAKING NEWS

ରାଜ୍ୟ ପାଇଁ ଖୁସି ଖବର, ସୁସ୍ଥ ହେଲେ ଆଉ ୩୮୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆଜି ପୁଣି ରାଜ୍ୟରେ ଗୋଟିଏ ଦିନରେ ସର୍ବାଧିକ ୩୮୮ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାରୁ ଆରୋଗ୍ୟ ଲାଭ କରିଥିବା ସଂକ୍ରମିତଙ୍କ ସଂଖ୍ୟା ୮୩୬୦ରେ ପହଂଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ କରି ସୂଚନା ଦେଇଛି ।

ଆଜି ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୧୮୭ ଜଣ ଅଛନ୍ତି । ସେହିପରି ଖୋର୍ଦ୍ଧାରୁ ୩୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଅନ୍ୟପଟେ କେନ୍ଦୁଝରରୁ ୩୧, ଯାଜପୁରରୁ ୨୭, କଟକରୁ ୨୬, ନୟାଗଡରୁ ୧୮, ପୁରୀରୁ ୧୬, ସମ୍ବଲପୁରରୁ ୧୪, ବାଲେଶ୍ୱରରୁ ୧୧, ଅନୁଗୁଳରୁ ୮, କେନ୍ଦ୍ରାପଡାରୁ ୬, ଗଜପତି ଏବଂ ଝାରସୁଗୁଡାରୁ ୨ଜଣ ଲେଖାଏଁ ଏବଂ ବରଗଡ, ଭଦ୍ରକ ଓ ଦେବଗଡରୁ ଜଣେ ଲେଖାଏଁ ସୁସ୍ତ ହୋଇ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି ।

Leave A Reply

Your email address will not be published.