ଭୁବନେଶ୍ୱର: ରାଜ୍ୟରେ କରୋନା ତାର କାୟା ବିସ୍ତାର କରି ଚାଲିଛି। ଗତ କିଛି ଦିନ ହେବ ଦୈନିକ ଚାରି ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଆଶ୍ଵସ୍ତିକର କଥା ସଂକ୍ରମିତଙ୍କ ସହ ତାଳ ଦେଇ ରୋଗୀ ମଧ୍ୟ ସୁସ୍ଥ ହେବାରେ ଲାଗିଛନ୍ତି। ଆଜି ଚାରି ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଚାରି ହଜାରରୁ ଉର୍ଦ୍ଧ୍ଵ ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୦୧୮ ରୋଗୀ କରୋନାରୁ ସୁସ୍ଥ ହୋଇଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି ।
ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୪୦ ଜଣ ସୁସ୍ଥ ହୋଇଛନ୍ତି । କଟକ ଜିଲ୍ଲାରୁ ୪୩୪ ଜଣ, ପୁରୀ ଜିଲ୍ଲାରୁ ୨୭୪ ଜଣ, ବାଲେଶ୍ୱର ଜିଲ୍ଲାରୁ ୧୯୪ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୩୯ ଜଣ, ସୁବର୍ଣ୍ଣପୁର ଜିଲ୍ଲାରୁ ୧୩୬ ଜଣ, ଜଗତସିଂହପୁର ଜିଲ୍ଲାରୁ ୧୨୬ ଜଣ, ଯାଜପୁର ଜିଲ୍ଲାରୁ ୧୨୦ ଜଣ, ଅନୁଗୁଳ ଜିଲ୍ଲାରୁ ୧୧୬ ଜଣ, ରାୟଗଡ଼ା ଜିଲ୍ଲାରୁ ୧୧୩ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୧୧ ଜଣ ଓ ଭଦ୍ରକ ଜିଲ୍ଲାରୁ ୧୦୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
ବରଗଡ଼ ଜିଲ୍ଲାରୁ ୯୫ ଜଣ, ସମ୍ବଲପୁର, ସୁନ୍ଦରଗଡ଼ ଜିଲ୍ଲାରୁ ୯୦ ଜଣ ଲେଖାଏଁ, କୋରାପୁଟ ଜିଲ୍ଲାରୁ ୮୮ ଜଣ, ମୟୂରଭଂଜ ଜିଲ୍ଲାରୁ ୮୩ ଜଣ, ନୂଆପଡ଼ା ଜିଲ୍ଲାରୁ ୭୭ ଜଣ, କନ୍ଧମାଳ ଜିଲ୍ଲାରୁ ୭୫ ଜଣ, ନବରଂଗପୁର ଜିଲ୍ଲାରୁ ୭୧ ଜଣ, ଢେଙ୍କାନାଳ, ଗଂଜାମ ଜିଲ୍ଲାରୁ ୬୭-୬୭ ଜଣ, କେନ୍ଦୁଝର ଜିଲ୍ଲାରୁ ୫୭ ଜଣ, ବଲାଙ୍ଗୀର ଜିଲ୍ଲାରୁ ୪୬ ଜଣ, କଳାହାଣ୍ଡି ଜିଲ୍ଳାରୁ ୪୨ ଜଣ, ବୌଦ୍ଧ ଜିଲ୍ଲାରୁ ୩୪ ଜଣ, ମାଲକାନଗିରି ଜିଲ୍ଲାରୁ ୩୩ ଜଣ, ଦେବଗଡ଼ ଜିଲ୍ଲାରୁ ୧୭ ଜଣ, ଗଜପତି ଜିଲ୍ଲାରୁ ୧୫ ଜଣ ଓ ଷ୍ଟେଟ ପୁଲରୁ ୨୦୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
Comments are closed.